ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲାରେ କରୋନା କାୟା ମେଲାଇ ଚାଲିଥିବା ବେଳେ ଏବେ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଉଛି । ଆଜି ଦଶପଲ୍ଲାରେ ଜଣେ ବ୍ୟବସାୟୀଙ୍କ ମୃତ୍ୟୁ ଘଟିଥିବା ଜଣାଯାଇଛି । ଦୁର୍ଗାବଜାରରେ ଦୋକାନ କରିଥିବା ଜଣେ ବ୍ୟବସାୟୀ କିଛି ଦିନ ହେବ ଚିକିତ୍ସାଧିନ ଥିବା ବେଳେ ଆଜି ତାଙ୍କର ମୃତ୍ୟୁ ଘଟିଥିବା ଜଣାଯାଇଛି ।






