Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବୁଥ ସାମ୍ନାରେ ସ୍ତ୍ରୀକୁ ହାଣିଲା ସ୍ୱାମୀ

by ସଞ୍ଜୟ ସ୍ୱାଇଁ
June 1, 2024
in Crime, State
ବୁଥ ସାମ୍ନାରେ ସ୍ତ୍ରୀକୁ ହାଣିଲା ସ୍ୱାମୀ
446
VIEWS
Share on FacebookShare on Twitter

ଭଦ୍ରକ, (ବାଘୁଆବାର୍ତ୍ତା): ବୁଥ ସାମ୍ନାରେ ସ୍ତ୍ରୀକୁ ହାଣିଲା ସ୍ୱାମୀ । ସ୍ତ୍ରୀକୁ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ପାରିବାରିକ କଳହକୁ ନେଇ ହତ୍ୟା କରାଯାଇଥିବା ସୂଚନା। ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧିନ କାଉପୁର ପଂଚାୟତ ମୁକ୍ତାଡ଼ିହି ଗାଁ ୪ ନମ୍ବର ବୁଥ ସାମ୍ନାରେ ଏମିତି ଅଭାବନୀୟ ଘଟଣା ଘଟିଛି । ମୃତ ମହିଳା ଜଣକ ହେଲେ ରଶ୍ମିରେଖା ବେହେରା । ଅଭିଯୁକ୍ତ ସ୍ବାମୀ ପ୍ରଭାକରଙ୍କୁ ଅଟକ ରଖି ତଦନ୍ତ ଆରମ୍ଭ କରିଛି ପୋଲିସ । କହି ରଖୁଛୁ କି, ରଶ୍ମିରେଖା ଏବଂ ପ୍ରଭାକରଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା । ଏହାପରେ ରଶ୍ମିରେଖା ରାଗରେ ବାପଘରକୁ ଯାଇଥିଲେ । ରବିବାର ଭୋଟ ଦେବାକୁ ଦାଦାଙ୍କ ସହ ରଶ୍ମିରେଖା ଯାଇଥିବାବେଳେ ପ୍ରଭାକର ସେଠାରେ ପହଞ୍ଚିଥିଲେ । ଉଭୟଙ୍କ ମଧ୍ୟରେ ପ୍ରଥମେ ଝଗଡ଼ା ହୋଇଥିଲା । କେହି କିଛି ଭାବିବା ପୂର୍ବରୁ ସ୍ତ୍ରୀକୁ ହାଣି ଦେଇଥିଲେ ପ୍ରଭାକର । ବୁଥ ସାମ୍ନାରେ ଧାଡ଼ିରେ ରହିଥିବାବେଳେ ପ୍ରଭାକର ତାଙ୍କୁ ଆକ୍ରମଣ କରିଥିଲେ । ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଥିବାବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି । ତେବେ ଏହି ଘଟଣା ପରେ ଚାପା ଉତ୍ତେଜନା ମଧ୍ୟ ଦେଖା ଦେଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!