Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସରକାରୀ ବାସଭବନରୁ ଯୁବ ଡାକ୍ତରଙ୍କୁ ଅପହରଣ!

by ସଞ୍ଜୟ ସ୍ୱାଇଁ
June 2, 2024
in Crime, State
ସରକାରୀ ବାସଭବନରୁ ଯୁବ ଡାକ୍ତରଙ୍କୁ ଅପହରଣ!
136
VIEWS
Share on FacebookShare on Twitter

ମାଲକାନଗିରି, (ବାଘୁଆବାର୍ତ୍ତା): ଜଣେ ଯୁବ ଡାକ୍ତରଙ୍କୁ ତାଙ୍କ ସରକାରୀ ବାସଭବନରୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଛି। ଘଟଣାଟି ଘଟିଛି ମାଲକାନଗିରି ଜିଲ୍ଲା କାଲିମେଳାରେ। ଗତକାଲି ରାତିରେ କାଲିମେଳା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଡ୍ୟୁଟି ସାରି ସରକାର ବାସଭବନକୁ ଯାଇଥିଲେ ଡାକ୍ତର ଅମ୍ଳାନ ଭୋଇ। ତେବେ ତା’ପରଠୁ ତାଙ୍କର ଆଉ କୌଣସି ଖୋଜଖବର ମିଳି ନଥିଲା। ତେଣୁ ଡାକ୍ତରଖାନା କର୍ତ୍ତୃପକ୍ଷ ଏନେଇ ଆଜି କାଲିମେଳା ଥାନାରେ ଏତଲା ଦେଇଥିଲେ। ଡାକ୍ତର ଅମ୍ଳାନ ଭୋଇଙ୍କୁ ତାଙ୍କ ଘରୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଛି। ଘରେ ତାଙ୍କର ମୋବାଇଲ ଓ ବାଇକ୍ ଅଛି।

ତାଙ୍କ ଘରୁ ପୁଲିସ୍ ଏକ ପୋଷ୍ଟର ଜବତ କରିଥିବା କୁହାଯାଉଛି। ତେଣୁ ଏହା ନକ୍ସଲଙ୍କ କାମ ବୋଲି ଚର୍ଚ୍ଚା ହେଉଥିବା ବେଳେ ମାଲକାନଗିରି ଏସ୍‌ପି ଏହାକୁ ଖଣ୍ଡନ କରିଛନ୍ତି। ନକ୍ସଲଙ୍କ ଗତିବିଧି ନଥିବାରୁ ଏହା ସେମାନଙ୍କର କାମ ନୁହେଁ ବୋଲି ପୁଲିସ୍ ପକ୍ଷରୁ କୁହାଯାଇଛି। ଅନ୍ୟପକ୍ଷରେ ଦୁଇ ଦିନ ତଳେ ଏକ ଶବ ବ୍ୟବଚ୍ଛେଦକୁ ନେଇ କିଛି ଲୋକଙ୍କ ସହ ଡାକ୍ତର ଅମ୍ଲାନଙ୍କର ବଚସା ହୋଇଥିଲା। ତେଣୁ ଏହି ଅପହରଣ ପଛରେ ସେମାନଙ୍କ ହାତ ଥିବା ମଧ୍ୟ ସନ୍ଦେହ କରାଯାଉଛି। ଡାକ୍ତର ଅମ୍ଲାନ ଭୋଇଙ୍କ ଖୋଜଖବର ମିଳି ନଥିବା ବେଳେ ତାଙ୍କୁ କିଏ ଓ କାହିଁକି ଅପହରଣ କଲା, ତାହା ଜାଣିବାକୁ ତଦନ୍ତ ଜାରି ରଖିଛି ପୁଲିସ୍। ପୁଲିସ୍ ଅଧିକାରୀମାନେ ତାଙ୍କ ସରକାରୀ ବାସଭବନ ଯାଞ୍ଚ କରିଥିବା ବେଳେ ଆଖପାଖ ଲୋକଙ୍କୁ ପଚରାଉଚରା କରୁଛନ୍ତି। ଏହା ସହିତ ଆଖପାଖରେ ଲାଗିଥିବା ସମସ୍ତ ସିସିଟିଭି ଫୁଟେଜକୁ ପୁଲିସ୍ ଯାଞ୍ଚ କରୁଥିବା ଜଣାପଡ଼ିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!