ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲାରେ କରୋନା ମହାମାରୀ କାୟା ମେଲାଇ ଚାଲିଥିବା ବେଳେ ପୁଣି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ଜଣାଯାଇଛି । ଏହି ବ୍ୟକ୍ତି ଜଣଙ୍କ ଦଶପଲ୍ଲା ବିଜ୍ଞାପିତ ଅଂଚଳ ପରିଷଦର ପୂର୍ବତନ କାଉନସିଲର ରବି ସାହୁ ବୋଲି ଜଣାଯାଇଛି । କିଛି ଦିନ ହେବ କରୋନା ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିବା ବେଳେ ଆଜି ତାଙ୍କର ମୃତ୍ୟୁ ଘଟିଥିବା ଜଣାଯାଇଛି ।






