ନୟାଗଡ଼, (ବାଘୁଆବାର୍ତ୍ତା) : ସାରା ବିଶ୍ୱରେ ଆତଙ୍କ ସୃଷ୍ଟି କରିଥିବା କରୋନା ମହାମାରୀ ଦ୍ୱାରା ଆଜି ରାଜ୍ୟରେ ୩୭୪୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏଥିରେ ନୟାଗଡ଼ ଜିଲ୍ଲାରୁ ୬୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ରାଜ୍ୟ ସରକାର ସୂଚନା ଦେଇଛନ୍ତି । ଫଳରେ ଜିଲ୍ଲାରେ ପୂର୍ବରୁ ଚିହ୍ନଟ ହୋଇଥିବା ୩୪୭୨ ଆକ୍ରାନ୍ତଙ୍କ ସହ ଆଜିର ଆକ୍ରାନ୍ତ ମିଶି ମୋଟ ସଂଖ୍ୟା ୩୫୪୧ ବୋଲି ଜଣାଯାଇଛି । ଅନ୍ୟପକ୍ଷେ, ଜିଲ୍ଲାରେ କରୋନା ଆକ୍ରାନ୍ତ ସଂଖ୍ୟା ଯେଉଁ ପରିମାଣରେ ବୃଦ୍ଧି ପାଉଛି, ସେହି ତୁଳନାରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି । ରାଜ୍ୟ ସରକାରଙ୍କ ସୂଚନା ମୁତାବକ, ୯ ତାରିଖ ସଂନ୍ଧ୍ୟା ୫ ଘଟିକା ସୁଦ୍ଧା ନୟାଗଡ଼ ଜିଲ୍ଲାର କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୨୮୯୭ ଜଣ ସୁସ୍ଥ ହୋଇଥିବା ଜଣାଯାଇଛି । ରାଜ୍ୟ ସରକାରଙ୍କ ସୂଚନା ମୁତାବକ ନୟାଗଡ଼ ଜିଲ୍ଲାରେ ୧୪ ଜଣଙ୍କ କରୋନା କାରଣରୁ ମୃତ୍ୟୁ ଘଟିଥିବା ଏବଂ ଦୁଇ ଜଣଙ୍କ କରୋନା ଆକ୍ରାନ୍ତ ହୋଇ ଅନ୍ୟ ରୋଗରେ ମୃତ୍ୟୁ ଘଟିଥିବା ଜଣାଯାଇଛି ।






