Wednesday, May 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବଢ଼ିବ ଯୋଗୀ ଆଦିତ୍ୟନାଥଙ୍କ ସୁରକ୍ଷା ବ୍ୟବସ୍ଥା, ଖର୍ଚ୍ଚ ହେବ ୧ କୋଟି

by ସଞ୍ଜୟ ସ୍ୱାଇଁ
June 19, 2024
in Feature News
ବଢ଼ିବ ଯୋଗୀ ଆଦିତ୍ୟନାଥଙ୍କ ସୁରକ୍ଷା ବ୍ୟବସ୍ଥା, ଖର୍ଚ୍ଚ ହେବ ୧ କୋଟି
246
VIEWS
Share on FacebookShare on Twitter

ୟୁପି, (ବାଘୁଆବାର୍ତ୍ତା): ବଢିବ ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସୁରକ୍ଷା ବ୍ୟବସ୍ଥା । ସୁରକ୍ଷା ବ୍ୟବସ୍ଥାରେ ସାମିଲ ହେବ ଅତ୍ୟାଧୁନିକ ଯନ୍ତ୍ରପାତି । ୟୁପି ପୋଲିସ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସୁରକ୍ଷା ବ୍ୟବସ୍ଥାକୁ ଆହୁରି ଅଧିକ ମଝବୁତ୍ କରିବାକୁ ଯାଉଛି । ଏଥିପାଇଁ ୧ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚରେ ଅତ୍ୟାଧୁନିକ ଉପକରଣ କିଣିବାକୁ ଯାଉଛି । ତେବେ ଅଧିକାଂଶ ସମୟରେ ଯୋଗୀ ଆଦିତ୍ୟନାଥଙ୍କୁ ହତ୍ୟା କରିବାକୁ ଧମକ ଆସିଥାଏ । ରାଷ୍ଟ୍ର ବିରୋଧୀ ଶକ୍ତି ତାଙ୍କ ଉପରକୁ ଆକ୍ରମଣ କରିବାକୁ ଯୋଜନା ପ୍ରସ୍ତୁତ କରେ । ତେଣୁ ଏ ସବୁକୁ ଲକ୍ଷ୍ୟ କରି ୟୁପି ପୋଲିସ୍ ମୁଖ୍ୟମନ୍ତ୍ରୀଙ୍କ ସିକ୍ୟୁରିଟି ବଢାଇବାକୁ ଯୋଜନା କରିଛି । ଏଣିକି ଯୋଗୀଙ୍କ ସୁରକ୍ଷା ବ୍ୟବସ୍ଥାରେ ଅତ୍ୟାଧୁନିକ ଡ୍ରୋନ୍, ବଡି ୱର୍ଣ୍ଣ କ୍ୟାମେରା, ନାଇଟ୍ ଭିଜନ ଆଦି ଯୋଡିହେବ । ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସହିତ ରାଜ୍ୟପାଳ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ବ୍ୟକ୍ତିବିଶେଷଙ୍କର ମଧ୍ୟ ସିକ୍ୟୁରିଟିକୁ ଆହୁରି ଅଧିକ ବଢାଯିବ ବୋଲି ୟୁପି ପୋଲିସ ସୂଚନା ଦେଇଛି । ଆଧୁନିକ ଯନ୍ତ୍ରପାତି କିଣିବାକୁ ୟୁପି ପୋଲିସ ୧ କୋଟି ୨ ଲକ୍ଷ ୨୦ ହଜାର ଟଙ୍କା ଖର୍ଚ୍ଚ କରିବ । ଯେଉଁଥିରେ କି ୯୧ଟି ଉପକରଣ କିଣାଯିବ ବୋଲି ଜଣାପଡିଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!