Sunday, November 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜିଲ୍ଲା ଉନ୍ନୟନ ସମନ୍ୱୟ ଏବଂ ପର୍ଯ୍ୟାଲୋଚନା କମିଟି ବୈଠକ

by ସଞ୍ଜୟ ସ୍ୱାଇଁ
September 9, 2020
in Feature News
ଜିଲ୍ଲା ଉନ୍ନୟନ ସମନ୍ୱୟ ଏବଂ ପର୍ଯ୍ୟାଲୋଚନା କମିଟି ବୈଠକ
203
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟଗଡ଼ ଜିଲ୍ଲା ଉନ୍ନୟନ ସମନ୍ୱୟ ଏବଂ ପର୍ଯ୍ୟାଲୋଚନା କମିଟି(ଦିଶା) ବୈଠକ ଆଜି ଅନୁଷ୍ଠିତ ହୋଇଯାଇଛି । କଟକ ସାଂସଦ ଭର୍ତ୍ତୁହରି ମହତାବଙ୍କ ଅକ୍ଷତାରେ ଭିଡିଓ କନଫରେସିଂ ମାଧ୍ୟମରେ ଅନୁଷ୍ଠିତ ଏହି ବୈଠକରେ ରଣପୁର ବିଧାୟକ ସତ୍ୟନାରାୟଣ ପ୍ରଧାନ, ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା, ଖଣ୍ଡପଡ଼ା ବିଧାୟକ ସୌମ୍ୟ ରଂଜନ ପଟ୍ଟନାୟକ, ଜିଲ୍ଲା ପରିଷଦର ଅଧ୍ୟକ୍ଷା ବୈଜୟନ୍ତୀମାଳା ମହାନ୍ତି, ଜିଲ୍ଲାପାଳ ଡ. ପୋମା ଟୁଡୁ, ବନଖଣ୍ଡ ଅଧିକାରୀ ଧନରାଜ ଏଚ.ଡି., ପ୍ରକଳ୍ପ ନିର୍ଦ୍ଦେଶକ ସୁବାସ ଚନ୍ଦ୍ର ରାୟ, ଜିଲ୍ଲା ପରିଷଦର ସମସ୍ତ ସଦସ୍ୟ, ଜିଲ୍ଲାସ୍ତରୀୟ ଅଧିକାରୀ, ସମସ୍ତ ମଣ୍ଡଳ ଉନ୍ନୟନ ଅଧିକାରୀ, ନୟାଗଡ଼ ପୌର ପରିଷଦର ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ଜେନା ଏବଂ ସମସ୍ତ ଲାଇନ ବିଭାଗର ଅଧିକାରୀଙ୍କ ଯୋଗଦେଇ ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ । ଏଥିସହିତ ବିଭିନ୍ନ ବିଭାଗର କାର୍ଯ୍ୟକ୍ରମକୁ ସମୀକ୍ଷା ବେଳେ ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ବିଭାଗ ସଂପର୍କରେ ଆଲୋଚନା କରାଯାଇ ଖଣ୍ଡପଡ଼ା ଠାରେ ଥିବା ପାନୀୟ ଜଳଯୋଗାଣ ବ୍ୟବସ୍ଥାର ସୁପରିଚାଳନା କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ । ବନ ବିଭାଗର କାର୍ଯ୍ୟକୁ ସମୀକ୍ଷା କରି କୁତୁରୀଠାରୁ ମାଳିସାହି ପର୍ଯ୍ୟନ୍ତ ରାସ୍ତାର ଉନ୍ନତି ସଂପର୍କରେ ଆଲୋଚନା କରିଥିଲେ । ଏ ବର୍ଷର ବୃକ୍ଷ ରୋପଣ ସଂପର୍କରେ ଆଲୋଚନା କରି ରଣପୁର ବ୍ଲକର ବନ୍ଧୁଗୁଡ଼ା ଅଂଚଳରେ ବୃକ୍ଷ ରୋପଣ କରିବା ପାଇଁ ପରାମର୍ଶ ଦେଇଥିଲେ । ସେହିପରି ଏମ୍‌ଜିଏନ୍‌ଆରଇଜିଏସ୍ ସଂପର୍କରେ ମଧ୍ୟ ଆଲୋଚନା କରାଯାଇଥିଲା । ଏହାପରେ ସ୍ୱାସ୍ଥ୍ୟ ବିଭାଗ ଉପରେ ଆଲୋକପାତ କରି ଜିଲ୍ଲାରେ ଥିବା ଡାକ୍ତର ଓ କର୍ମଚାରୀଙ୍କ ସଂପର୍କରେ ସମୀକ୍ଷା କରିଥିଲେ । ସେହିପରି ବର୍ତମାନର କୋଭିଡ୍ ସ୍ଥିତି ସଂପର୍କରେ ଆଲୋଚନା କରି ଜିଲ୍ଲାରେ କେତୋଟି କୋଭିଡ୍ କେନ୍ଦ୍ର ହୋଇଛି, ତାହାର ସୁପରିଚାଳନା ସଂପର୍କରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କ ଠାରୁ ପଚାରି ବୁôଝଥିଲେ । ଜିଲ୍ଲାରୁ କେତେ ପ୍ଲାଜମା ସଂଗ୍ରହ କରାଯାଇଛି ଏବଂ ଜିଲ୍ଲାରେ ଶିଶୁ ଓ ମାତୃଙ୍କ ମୃତ୍ୟୁହାର ସଂପର୍କରେ ସମୀକ୍ଷା କରିଥିଲେ । ଖାଲିଥିବା ସ୍ୱାସ୍ଥ୍ୟକର୍ମୀମାନଙ୍କୁ ଜିଲ୍ଲା ପ୍ରଶାସନ ଦ୍ୱାରା ନିଯୁକ୍ତି ଦେବା ପାଇଁ ଜିଲ୍ଲାପାଳଙ୍କୁ ଏବଂ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କୁ ପରାମର୍ଶ ଦେଇଥିଲେ । ଉଦ୍ୟାନ ବିଭାଗ ଦ୍ୱାରା ହୋଇଥିବା ବିଭିନ୍ନ କାର୍ଯ୍ୟକ୍ରମ ଉପରେ ଆଲୋଚନା କରିଥିଲେ । ସେହିପରି ଜିଲ୍ଲାର କୃଷି ସଂପର୍କରେ ମଧ୍ୟ ଆଲୋଚନା କରିଥିଲେ । ଏହାପରେ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ବିଷୟରେ ପଂଖାନୁପଂଖ ଭାବେ ସମୀକ୍ଷା କରିଥିଲେ । ପରିଶେଷରେ ଜିଲ୍ଲାପାଳ ଡା. ପୋମା ଟୁଡୁ ମାନ୍ୟବର ସାଂସଦ, ମାନ୍ୟବର ବିଧାୟକ, ସମସ୍ତ ନିର୍ବାଚିତ ପ୍ରତିନିଧି, ଜିଲ୍ଲାସ୍ତରୀୟ ଅଧିକାରୀ ଏବଂ ଲାଇନ ବିଭାଗର ଅଧିକାରୀମାନଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ । ନୟାଗଡ଼,(ବାଘୁଆବାର୍ତ୍ତା): ନୟଗଡ଼ ଜିଲ୍ଲା ଉନ୍ନୟନ ସମନ୍ୱୟ ଏବଂ ପର୍ଯ୍ୟାଲୋଚନା କମିଟି(ଦିଶା) ବୈଠକ ଆଜି ଅନୁଷ୍ଠିତ ହୋଇଯାଇଛି । କଟକ ସାଂସଦ ଭର୍ତ୍ତୁହରି ମହତାବଙ୍କ ଅକ୍ଷତାରେ ଭିଡିଓ କନଫରେସିଂ ମାଧ୍ୟମରେ ଅନୁଷ୍ଠିତ ଏହି ବୈଠକରେ ରଣପୁର ବିଧାୟକ ସତ୍ୟନାରାୟଣ ପ୍ରଧାନ, ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା, ଖଣ୍ଡପଡ଼ା ବିଧାୟକ ସୌମ୍ୟ ରଂଜନ ପଟ୍ଟନାୟକ, ଜିଲ୍ଲା ପରିଷଦର ଅଧ୍ୟକ୍ଷା ବୈଜୟନ୍ତୀମାଳା ମହାନ୍ତି, ଜିଲ୍ଲାପାଳ ଡ. ପୋମା ଟୁଡୁ, ବନଖଣ୍ଡ ଅଧିକାରୀ ଧନରାଜ ଏଚ.ଡି., ପ୍ରକଳ୍ପ ନିର୍ଦ୍ଦେଶକ ସୁବାସ ଚନ୍ଦ୍ର ରାୟ, ଜିଲ୍ଲା ପରିଷଦର ସମସ୍ତ ସଦସ୍ୟ, ଜିଲ୍ଲାସ୍ତରୀୟ ଅଧିକାରୀ, ସମସ୍ତ ମଣ୍ଡଳ ଉନ୍ନୟନ ଅଧିକାରୀ, ନୟାଗଡ଼ ପୌର ପରିଷଦର ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ଜେନା ଏବଂ ସମସ୍ତ ଲାଇନ ବିଭାଗର ଅଧିକାରୀଙ୍କ ଯୋଗଦେଇ ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ । ଏଥିସହିତ ବିଭିନ୍ନ ବିଭାଗର କାର୍ଯ୍ୟକ୍ରମକୁ ସମୀକ୍ଷା ବେଳେ ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ବିଭାଗ ସଂପର୍କରେ ଆଲୋଚନା କରାଯାଇ ଖଣ୍ଡପଡ଼ା ଠାରେ ଥିବା ପାନୀୟ ଜଳଯୋଗାଣ ବ୍ୟବସ୍ଥାର ସୁପରିଚାଳନା କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ । ବନ ବିଭାଗର କାର୍ଯ୍ୟକୁ ସମୀକ୍ଷା କରି କୁତୁରୀଠାରୁ ମାଳିସାହି ପର୍ଯ୍ୟନ୍ତ ରାସ୍ତାର ଉନ୍ନତି ସଂପର୍କରେ ଆଲୋଚନା କରିଥିଲେ । ଏ ବର୍ଷର ବୃକ୍ଷ ରୋପଣ ସଂପର୍କରେ ଆଲୋଚନା କରି ରଣପୁର ବ୍ଲକର ବନ୍ଧୁଗୁଡ଼ା ଅଂଚଳରେ ବୃକ୍ଷ ରୋପଣ କରିବା ପାଇଁ ପରାମର୍ଶ ଦେଇଥିଲେ । ସେହିପରି ଏମ୍‌ଜିଏନ୍‌ଆରଇଜିଏସ୍ ସଂପର୍କରେ ମଧ୍ୟ ଆଲୋଚନା କରାଯାଇଥିଲା । ଏହାପରେ ସ୍ୱାସ୍ଥ୍ୟ ବିଭାଗ ଉପରେ ଆଲୋକପାତ କରି ଜିଲ୍ଲାରେ ଥିବା ଡାକ୍ତର ଓ କର୍ମଚାରୀଙ୍କ ସଂପର୍କରେ ସମୀକ୍ଷା କରିଥିଲେ । ସେହିପରି ବର୍ତମାନର କୋଭିଡ୍ ସ୍ଥିତି ସଂପର୍କରେ ଆଲୋଚନା କରି ଜିଲ୍ଲାରେ କେତୋଟି କୋଭିଡ୍ କେନ୍ଦ୍ର ହୋଇଛି, ତାହାର ସୁପରିଚାଳନା ସଂପର୍କରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କ ଠାରୁ ପଚାରି ବୁôଝଥିଲେ । ଜିଲ୍ଲାରୁ କେତେ ପ୍ଲାଜମା ସଂଗ୍ରହ କରାଯାଇଛି ଏବଂ ଜିଲ୍ଲାରେ ଶିଶୁ ଓ ମାତୃଙ୍କ ମୃତ୍ୟୁହାର ସଂପର୍କରେ ସମୀକ୍ଷା କରିଥିଲେ । ଖାଲିଥିବା ସ୍ୱାସ୍ଥ୍ୟକର୍ମୀମାନଙ୍କୁ ଜିଲ୍ଲା ପ୍ରଶାସନ ଦ୍ୱାରା ନିଯୁକ୍ତି ଦେବା ପାଇଁ ଜିଲ୍ଲାପାଳଙ୍କୁ ଏବଂ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କୁ ପରାମର୍ଶ ଦେଇଥିଲେ । ଉଦ୍ୟାନ ବିଭାଗ ଦ୍ୱାରା ହୋଇଥିବା ବିଭିନ୍ନ କାର୍ଯ୍ୟକ୍ରମ ଉପରେ ଆଲୋଚନା କରିଥିଲେ । ସେହିପରି ଜିଲ୍ଲାର କୃଷି ସଂପର୍କରେ ମଧ୍ୟ ଆଲୋଚନା କରିଥିଲେ । ଏହାପରେ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ବିଷୟରେ ପଂଖାନୁପଂଖ ଭାବେ ସମୀକ୍ଷା କରିଥିଲେ । ପରିଶେଷରେ ଜିଲ୍ଲାପାଳ ଡା. ପୋମା ଟୁଡୁ ମାନ୍ୟବର ସାଂସଦ, ମାନ୍ୟବର ବିଧାୟକ, ସମସ୍ତ ନିର୍ବାଚିତ ପ୍ରତିନିଧି, ଜିଲ୍ଲାସ୍ତରୀୟ ଅଧିକାରୀ ଏବଂ ଲାଇନ ବିଭାଗର ଅଧିକାରୀମାନଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!