Monday, June 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୨୦୩୬ ପର୍ଯ୍ୟନ୍ତ ହକି ଇଣ୍ଡିଆର ପ୍ରାୟୋଜକ ରହିବ ଓଡ଼ିଶା

by ସଞ୍ଜୟ ସ୍ୱାଇଁ
June 21, 2024
in Sports, State
୪୧ ବର୍ଷ ପରେ  ଭାରତ ପୁରୁଷ ହକିକୁ ଅଲିମ୍ପିକ୍ସର ସେମିଫାଇନାଲରେ
87
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ୨୦୩୬ ଯାଏ ଓଡ଼ିଶା ଭାରତୀୟ ହକି ଦଳର ପ୍ରାୟୋଜକ ରହିବ। ଏନେଇ ସରକାର ଶୁକ୍ରବାର ବଡ଼ ଘୋଷଣା କରିଛନ୍ତି। ୨୦୩୩ରୁ ୨୦୩୬ ପର୍ଯ୍ୟନ୍ତ ପ୍ରାୟୋଜକ ଅବଧି ବୃଦ୍ଧି ନେଇ ସୂଚନା ମିଳିଛି। ଓଡ଼ିଶା ୨୦୧୮ରୁ ହକି ଇଣ୍ଡିଆର ପ୍ରାୟୋଜକ ରହିଛି । ଆଜି ରାଜ୍ୟ ଅତିଥି ଭବନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ସହ ହକି ଇଣ୍ଡିଆର ସଭାପତି ପଦ୍ମଶ୍ରୀ ଦିଲ୍ଲୀପ ତିର୍କୀ ଓ ମହାସଚିବ ଭୋଳାନାଥ ସିଂ ସୌଜନ୍ୟମୂଳକ ସାକ୍ଷାତ କରି ଆଲୋଚନା କରିଛନ୍ତି। ହକି ପାଇଁ ଓଡ଼ିଶାକୁ ବିଶ୍ୱରେ ଗୋଟିଏ ଅଲଗା ପରିଚୟ ମିଳିଛି। ଭାରତୀୟ ହକି ଦଳର ବିକାଶରେ ଓଡ଼ିଶାର ପ୍ରଶଂସନୀୟ ଅବଦାନ ରହିଛି। ଭବିଷ୍ୟତରେ ଓଡ଼ିଶା ସରକାରଙ୍କ ସହ ମିଶି ହକିକୁ ପରବର୍ତ୍ତୀ ପର୍ଯ୍ୟାୟକୁ ନେବା ପାଇଁ ମିଳିମିଶି କାମ କରିବା ପାଇଁ ଆଲୋଚନା ବେଳେ ପ୍ରତିଶ୍ରୁତି ଦିଆଯାଇଛି। ଏଥିସହ ହକିର ଉନ୍ନତି ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତ ସହଯୋଗ ଯୋଗାଇ ଦିଆଯିବ ବୋଲି ମୋହନ ମାଝି କହିଛନ୍ତି। ସୂଚନାଯୋଗ୍ୟ, ଓଡ଼ିଶା ସରକାର ୨୦୧୮ରୁ ଭାରତୀୟ ହକି ଦଳର ପ୍ରାୟୋଜକ ଦାୟିତ୍ୱ ନେଇଛନ୍ତି। ୨୦୨୩ ରୁ ୧୦ ବର୍ଷ ଓଡ଼ିଶା ପ୍ରାୟୋଜକ ରହିବ ପାଇଁ ପୂର୍ବ ସରକାର ଘୋଷଣା କରିଥିଲେ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!