ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲାରୁ ଆଜି ୭୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ରାଜ୍ୟ ସରକାର ସୂଚନା ଦେଇଛନ୍ତି । ଫଳରେ ଜିଲ୍ଲାରେ ପୂର୍ବରୁ ଚିହ୍ନଟ ହୋଇଥିବା ୩୬୬୬ ଆକ୍ରାନ୍ତଙ୍କ ସହ ଆଜିର ଆକ୍ରାନ୍ତ ମିଶି ମୋଟ ସଂଖ୍ୟା ୩୭୩୭ ବୋଲି ଜଣାଯାଇଛି । ଅନ୍ୟପକ୍ଷେ, ଜିଲ୍ଲାରେ କରୋନା ଆକ୍ରାନ୍ତ ସଂଖ୍ୟା ଯେଉଁ ପରିମାଣରେ ବୃଦ୍ଧି ପାଉଛି, ସେହି ତୁଳନାରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି । ରାଜ୍ୟ ସରକାରଙ୍କ ସୂଚନା ମୁତାବକ, ୧୨ ତାରିଖ ସଂନ୍ଧ୍ୟା ୩ ଘଟିକା ସୁଦ୍ଧା ନୟାଗଡ଼ ଜିଲ୍ଲାର କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୩୧୨୬ ଜଣ ସୁସ୍ଥ ହୋଇଥିବା ଜଣାଯାଇଛି । ଯାହା ଆକ୍ରାନ୍ତଙ୍କ ତୁଳନାରେ ୮୪.୪୮ ପ୍ରତିଶତ ବୋଲି ଜଣାଯାଇଛି । ଜିଲ୍ଲାରେ କରୋନା ମୃତ୍ୟୁ ସଂଖ୍ୟା ୧୬ ବୋଲି ଜଣାଯାଇଥିବା ବେଳେ କରୋନା ଆକ୍ରାନ୍ତ ହୋଇ ଅନ୍ୟ ରୋଗରେ ୨ ଜଣ ମୃତ୍ୟୁ ବରଣ କରିଥିବା ଜଣାଯାଇଛି ।






