Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପଞ୍ଚାୟତ ଅଫିସ୍‌ରୁ ବିଭିନ୍ନ ସାମଗ୍ରୀ ଲୁଟିନେଲେ ଦୁର୍ବୃତ୍ତ

by ସଞ୍ଜୟ ସ୍ୱାଇଁ
July 3, 2024
in Crime, State
ପଞ୍ଚାୟତ ଅଫିସ୍‌ରୁ ବିଭିନ୍ନ ସାମଗ୍ରୀ ଲୁଟିନେଲେ ଦୁର୍ବୃତ୍ତ
28
VIEWS
Share on FacebookShare on Twitter

ଢେଙ୍କାନାଳ, (ବାଘୁଆବାର୍ତ୍ତା): ବିଳମ୍ବିତ ରାତିରେ ପଞ୍ଚାୟତ କାର୍ଯ୍ୟାଳୟ ତାଲା ଭାଙ୍ଗି ଲକ୍ଷାଧିକ ଟଙ୍କାର ସାମଗ୍ରୀ ଲୁଟିନେଲେ ଦୁର୍ବୃତ୍ତ। ଘଟଣାଟି ହେଉଛି ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ଅନ୍ତର୍ଗତ ସାଆନ୍ଦା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟରେ। ଗତକାଲି (ମଙ୍ଗଳବାର) ବିଳମ୍ବିତ ରାତିରେ ପଞ୍ଚାୟତ କାର୍ଯ୍ୟାଳୟର ତାଲା ଭାଙ୍ଗି ଦୁର୍ବୁତ୍ତ ମାନେ ଲୁଟ କରିଥିବା ଅଭିଯୋଗ ହୋଇଛି। ଆଜି ସରପଞ୍ଚ ଜୟନ୍ତୀ ଦାସ କାର୍ଯ୍ୟାଳୟକୁ ଆସିବା ପରେ ସାମ୍ନାପଟ ଗେଟ୍‌ ର ତାଲା ଭଙ୍ଗା ଯାଇଥିବା ଦେଖିବାକୁ ପାଇଥିଲେ। ପରେ କାର୍ଯ୍ୟାଳୟର ଭିତରକୁ ଯାଇ ଦେଖିଲେ ଏସି, ଟିଭି, ଇନଭର୍ଟର, ଦୁଇଟା ଫ୍ୟାନ ସମେତ ଲକ୍ଷାଧିକ ଟଙ୍କାର ସାମଗ୍ରୀ ଲୁଟ ହୋଇଛିl ଏନେଇ ସରପଞ୍ଚ ଜୟନ୍ତୀ ଦାସ ଥାନାକୁ ଯାଇ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗ ଆଧାରରେ ପରଜଙ୍ଗ ଥାନା ଓ ସାଆନ୍ଦା ଫାଣ୍ଡି ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!