Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କୋଇଲା ବ୍ୟବସାୟରୁ ଗୁଳିକାଣ୍ଡ, ୧୦ ଆହତ

by ସଞ୍ଜୟ ସ୍ୱାଇଁ
July 5, 2024
in Crime, State
କୋଇଲା ବ୍ୟବସାୟରୁ ଗୁଳିକାଣ୍ଡ, ୧୦ ଆହତ
28
VIEWS
Share on FacebookShare on Twitter

ସୁନ୍ଦରଗଡ଼, (ବାଘୁଆବାର୍ତ୍ତା): କୋଇଲା ବ୍ୟବସାୟକୁ ନେଇ ଅଶାନ୍ତ ହୋଇ ଉଠିଛି ସୁନ୍ଦରଗଡ଼ ଜିଲ୍ଲା ହେମଗିରି ଥାନା ଗର୍ଜନବାହାଲ ଅଞ୍ଚଳ । ମୁହାଁମୁହିଁ ହୋଇଛନ୍ତି ଦୁଇ ଗୋଷ୍ଠୀ, ଫୁଟିଛି ଗୁଳି। ଏଥିରେ ୧୦ରୁ ଅଧିକ ଜଣ ଆହତ ହୋଇଥିବା ବେଳେ ପୁଲିସ୍‌ ୧୦ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛ। କୋଇଲା ୱାସେରିକୁ ନେଇ ଛତିଶଗଡ ରାଏଗଡର ୨ଜଣ ବ୍ୟବସାୟୀଙ୍କ ମଧ୍ୟରେ ଦୀର୍ଘ ଦିନ ହେଲା ବିବାଦ । କୋଇଲା ବ୍ୟବସାୟକୁ ନେଇ ପ୍ରଥମେ ଗତ କାଲି ଉଭୟ ପକ୍ଷ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା । ପରେ ଏହା ଉଗ୍ରରୂପ ନେଇଥିଲା । ଉଭୟ ଗୋଷ୍ଠୀର ୫୦ ଉର୍ଦ୍ଧ ଯୁବକ ସେଠାରେ ପହଞ୍ଚିବା ପରେ ମାରପିଟ ଆରମ୍ଭ ହୋଇଥିଲା । ପରେ ଫାଙ୍କା ଗୁଳି ଚାଳନା ମଧ୍ୟ ହୋଇଥିଲା । ଏଥିରେ ୧୦ ଜଣ ଆହତ ହୋଇଛନ୍ତି। ଖବର ପାଇ ଖଦର ଏସଡିପିଓ ହେମଗିର୍ ଥାନା ପୋଲିସ ସମେତ ପୁଲିସ ଫୋର୍ସ ରାତିରେ ଘଟଣା ସ୍ଥଳକୁ ଯାଇ ତଦନ୍ତ ଆରମ୍ଭ କରିବା ଶହ ମାମଲାରେ ୧୦ ଜଣଙ୍କୁ ଅଟକ ରଖାଯାଇଥିବା ସୂଚନା ମିଳିଛି। ଆଜି ପୁଣି ପୁଲିସର ଏକ ସ୍ୱତନ୍ତ୍ର ଟିମ୍ ଘଟଣା ସ୍ଥଳକୁ ଯାଇ ତଦନ୍ତ କରିବ । ଆହତମାନଙ୍କୁ ସୁନ୍ଦରଗଡ଼ ଓ ରାୟଗଡ଼ରେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ପୁନର୍ବାର ଯେପରି ଏପରି ହିଂସାତ୍ମକ ଘଟଣା ନ ଘଟେ ସେଥିପ୍ରତି ପୁଲିସ୍‌ ତୀକ୍ଷଣ ନଜର ରଖିଥିବା ଜଣାଯାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!