Monday, November 23, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପ୍ୟାରିସ୍ ଅଲିମ୍ପିକ୍ସ, କିଶୋର ଓ ଅମିତଙ୍କୁ ପ୍ରୋତ୍ସାହନ ଘୋଷଣା କଲେ ରାଜ୍ୟ ସରକାର

by ସଞ୍ଜୟ ସ୍ୱାଇଁ
July 8, 2024
in Sports, State
ପ୍ୟାରିସ୍ ଅଲିମ୍ପିକ୍ସ, କିଶୋର ଓ ଅମିତଙ୍କୁ ପ୍ରୋତ୍ସାହନ ଘୋଷଣା କଲେ ରାଜ୍ୟ ସରକାର
94
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଆଗାମୀ ଅଲିମ୍ପିକ୍ସରେ ଭାରତର ପ୍ରତିନିଧିତ୍ୱ କରିବାକୁ ଯୋଗ୍ୟତା ଅର୍ଜନ କରିଥିବା ଓଡ଼ିଶାର ଦୁଇ ଯୁବ ତାରକା କିଶୋର ଜେନା ଏବଂ ଅମିତ ରେହିଦାସଙ୍କୁ ଲକ୍ଷ୍ୟ ସାଧନ ଦିଗରେ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୧୫ ଲକ୍ଷ ଟଙ୍କାର ପ୍ରୋତ୍ସାହନ ରାଶି ଘୋଷଣା କରିଛନ୍ତି। ଏହା ସେମାନଙ୍କୁ ଉତ୍କୃଷ୍ଟ ଖେଳ ପ୍ରଦର୍ଶନ କରି ଦେଶ ପାଇଁ ଗୌରବ ଆଣିବା ନିମନ୍ତେ ପ୍ରେରଣା ଯୋଗାଇବ ବୋଲି ମୁଖ୍ୟମନ୍ତ୍ରୀ ମାଝୀ ଆଶାବ୍ୟକ୍ତ କରିଛନ୍ତି । କ୍ରୀଡ଼ାର ମହାକୁମ୍ଭ ହେଉଛି ଅଲିମ୍ପିକ୍ସ । ପ୍ୟାରିସ୍‌ ଅଲିମ୍ପିକ୍ସରେ ଅଂଶଗ୍ରହଣ କରିବା ପାଇଁ ଯୋଗ୍ୟତା ଅର୍ଜନ କରିଥିବା ଜେନା ଏବଂ ରୋହିଦାସ କେବଳ ନିଜର ଜନ୍ମମାଟି ନୁହେଁ ସମଗ୍ର ରାଜ୍ୟକୁ ଗୌରବାନ୍ୱିତ କରିଛନ୍ତି । ସେମାନଙ୍କର ଅଦମ୍ୟ ଇଚ୍ଛାଶକ୍ତି, କଠିନ ପରିଶ୍ରମ, ନିଷ୍ଠା ଓ ଅଧ୍ୟବସାୟ ରାଜ୍ୟର ଯୁବ ପ୍ରତିଭାମାନଙ୍କୁ ପ୍ରେରଣା ଯୋଗାଇବ ବୋଲି ମୋର ପୂର୍ଣ୍ଣ ବିଶ୍ୱାସ ଅଛି ବୋଲି କହିବା ସହିତ ଓଡ଼ିଶାବାସୀଙ୍କ ତରଫରୁ ମୁଁ ଉଭୟଙ୍କୁ ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛି ବୋଲି ମୁଖ୍ୟମନ୍ତ୍ରୀ ମାଝୀ ପ୍ରକାଶ କରିଛନ୍ତି। ପ୍ୟାରିସ୍‌ ଅଲିମ୍ପିକ୍ସରେ ଅଂଶଗ୍ରହଣ କରୁଥିବା ଜାଭେଲିନ୍‌ ଥ୍ରୋ’ରେ ଜେନା ଏବଂ ହକି ତାରକା ରୋହିଦାସଙ୍କୁ ଉତ୍ସାହିତ କରିବା ପାଇଁ ଏହି ଆର୍ଥିକ ସହାୟତା ଏକ ପ୍ରୟାସ ମାତ୍ର । ଉଭୟଙ୍କ ସାମର୍ଥ୍ୟ ଉପରେ ଓଡ଼ିଶାବାସୀଙ୍କ ପୂର୍ଣ୍ଣ ବିଶ୍ୱାସ ରହିଛି । ପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦରୁ ଅଲିମ୍ପିକ୍ସରେ ନିଜର ଶ୍ରେଷ୍ଠତମ କ୍ରୀଡ଼ାନୈପୁଣ୍ୟ ପ୍ରଦର୍ଶିତ କରି ରାଜ୍ୟ ତଥା ଦେଶକୁ ଗୌରବାନ୍ୱିତ କରିବେ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି । ଓଡ଼ିଶାରେ କ୍ରୀଡ଼ା ପ୍ରତିଭାମାନଙ୍କର ଅଭାବ ନାହିଁ । ରାଜ୍ୟର କୋଣଅନୁକୋଣର ଏହି ପ୍ରତିଭାମାନଙ୍କର ସର୍ବାଙ୍ଗୀନ ବିକାଶ ଏବଂ ସେମାନଙ୍କ ସ୍ୱପ୍ନକୁ ସାକାର କରିବା ପାଇଁ ତୃଣମୂଳ ସ୍ତରରେ ଆବଶ୍ୟକ ଭିତ୍ତିଭୂମି, ଆର୍ଥିକ ସହାୟତା ଏବଂ ସମସ୍ତ ସୁବିଧାସୁଯୋଗ ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ସଂକଳ୍ପବଦ୍ଧ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!