Monday, June 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଚାମ୍ପିଅନ୍ସ ଟ୍ରଫି ପାଇଁ ପାକିସ୍ତାନ ଯିବନି ଭାରତ

by ସଞ୍ଜୟ ସ୍ୱାଇଁ
July 11, 2024
in NATIONAL NEWS, Sports
ଚାମ୍ପିଅନ୍ସ ଟ୍ରଫି ପାଇଁ ପାକିସ୍ତାନ ଯିବନି ଭାରତ
157
VIEWS
Share on FacebookShare on Twitter

ନୂଆଦିଲ୍ଲୀ, (ବାଘୁଆବାର୍ତ୍ତା): ଚାମ୍ପିୟନ୍ସ ଟ୍ରଫି କ୍ରିକେଟ ପ୍ରସ୍ତୁତିରେ ପାକିସ୍ତାନକୁ ଶକ୍ତ ଧକ୍କା ଲାଗିଛି । ସମସ୍ତ ଉଦ୍ୟମ ସତ୍ତ୍ୱେ ଭାରତକୁ ମନାଇବାରେ ପାକିସ୍ତାନ ସଫଳ ହୋଇପାରି ନାହିଁ । ରିପୋର୍ଟ ମୁତାବକ ମ୍ୟାଚ ଖେଳିବା ପାଇଁ ପାକିସ୍ତାନ ଯିବ ନାହିଁ ବୋଲି ଭାରତ ପକ୍ଷରୁ ସ୍ପଷ୍ଟ କରାଯାଇଛି । ପାକିସ୍ତାନ କ୍ରିକେଟ ବୋର୍ଡକୁ ଶକ୍ତ ଝଟକା । ସବୁ ଉଦ୍ୟମ ସତ୍ତ୍ୱେ ଭାରତକୁ ମନାଇବାରେ ବିଫଳ । ଚାମ୍ପିଅନ୍ସ ଟ୍ରଫି ପାଇଁ ପାକିସ୍ତାନ ଯିବନି ଭାରତ । ଭେନ୍ୟୁ ବଦଳାଇବା ପାଇଁ ବିସିସିଆଇର ଚାପ । ଚାମ୍ପିଅନ୍ସ ଟ୍ରଫି ୨୦୨୫ ପାକିସ୍ତାନରେ ଆୟୋଜିତ ହେବ। ଆଇସିସି ୨୦୨୫ରେ ଚାମ୍ପିଅନ୍ସ ଟ୍ରଫି ଆୟୋଜନ କରିବାର ଦାୟିତ୍ୱ ପାକିସ୍ତାନକୁ ଦେଇଥିଲା। ଏବେ ଏହାକୁ ନେଇ ଏକ ଦ୍ୱନ୍ଦ୍ୱ ସାମ୍ନାକୁ ଆସିଛି। ଏହି ଟୁର୍ଣ୍ଣାମେଣ୍ଟ ପାଇଁ ଟିମ୍ ଇଣ୍ଡିଆ ପାକିସ୍ତାନ ଯିବାର କୌଣସି ସମ୍ଭାବନା ନାହିଁ ବୋଲି ଜଣାଯାଇଛି। ବିସିସିଆଇ ଏନେଇ ଆଇସିସି ସହିତ ଆଲୋଚନା କରିବ। ଏଭଳି ସ୍ଥିତିରେ ହାଇବ୍ରିଡ ମଡେଲ ଅଧୀନରେ ଚାମ୍ପିଅନ୍ସ ଟ୍ରଫି ଆୟୋଜିତ ହୋଇପାରେ। ଯାହାଦ୍ୱାରା ଅନ୍ୟ ମ୍ୟାଚ୍ ପାକିସ୍ତାନରେ ଖେଳାଗଲେ ବି ଟିମ୍ ଇଣ୍ଡିଆର ମ୍ୟାଚ୍ ଦୁବାଇ କିମ୍ବା ଶ୍ରୀଲଙ୍କାରେ ଅନୁଷ୍ଠିତ ହୋଇପାରେ। ପୂର୍ବରୁ ଏସିଆ କପରେ ମଧ୍ୟ ସମାନ ଘଟଣା ଘଟିଥିଲା। ଭାରତ ସମସ୍ତ ମ୍ୟାଚ୍ ଶ୍ରୀଲଙ୍କାରେ ଖେଳିଥିଲା। ପୂର୍ବରୁ ଏହି ବିବାଦ ଏସିଆ କପ ସମୟରେ ମଧ୍ୟ ହୋଇଥିଲା। ଭାରତ ପାକିସ୍ତାନ ଯିବାକୁ ମନା କରିବାରୁ ଶ୍ରୀଲଙ୍କାରେ ମ୍ୟାଚ୍ ଅନୁଷ୍ଠିତ ହୋଇଥିଲା। ହେଲେ ପାକିସ୍ତାନ ଖେଳାଳି ଭାରତ ଆସି ‌ଖେଳିବାକୁ ମନା କରିନଥିଲେ। ଏବେ ପୁଣି ଭାରତ, ପାକିସ୍ତାନ ଯିବାକୁ ପ୍ରସ୍ତୁତ ନଥିବାରୁ ଏହାକୁ ନେଇ ବିବାଦ ଦେଖାଦେଇପାରେ ବୋଲି ଚର୍ଚ୍ଚା ହେଉଛି। ସେପଟେ ଆଇସିସି ସୂଚୀ ଅନୁସାରେ ୮ଟି ଟିମ୍ ଫେବ୍ରୁଆରି ୧୯ରୁ ମାର୍ଚ୍ଚ ୯ପର୍ଯ୍ୟନ୍ତ ଚାମ୍ପିଅନ୍ସ ଟ୍ରଫି ପାଇଁ ମୁକାବିଲା କରିବେ। ମାର୍ଚ୍ଚ ୧ରେ ମୁହାଁମୁହିଁ ହେବେ ଭାରତ-ପାକ୍, ଯାହା ଲାହୋରରେ ଅନୁଷ୍ଠିତ ହେବାର ଯୋଜନା ରହିଛି।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!