ଭୁବନେଶ୍ୱର, (ବାଘୁଆବାର୍ତ୍ତା): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଆନ୍ଧ୍ର ଉପକୂଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପର ଋପ ନେଉଥିବାରୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ମାଲକାନାଗିରି, କୋରାପୁଟ, ଗଜପତି, ରାୟଗଡ଼ା, ନବଘନପୁର, କଳାହାଣ୍ଡି ଏବଂ ଗଞ୍ଜାମ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ଏହା ସହିତ ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବଜ୍ରପାତ ଆଶଙ୍କା କରିଛି ପାଣିପାଗ ବିଭାଗ ।





