Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାଣପୁରରେ ଫୁଟିଲା ବୋମା: ସାନ ପୁଅ ମୃତ, ବାପା ଅଟକ

by ସଞ୍ଜୟ ସ୍ୱାଇଁ
July 12, 2024
in Crime, State
ବାଣପୁରରେ ଫୁଟିଲା ବୋମା: ସାନ ପୁଅ ମୃତ, ବାପା ଅଟକ
71
VIEWS
Share on FacebookShare on Twitter

ବାଣପୁର, (ବାଘୁଆବାର୍ତ୍ତା): ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ପାରିବାରିକ କଳହକୁ ନେଇ ପରିବାର ମଧ୍ୟରେ ବାପା ପୁଅ ମଧ୍ୟରେ ବୋମା ମାଡ ହୋଇଥିବା ଜଣାପଡିଛି। ଯେଉଁଥିରେ ପୁଅର ମୃତ୍ୟୁ ଘଟିଛି। ସୂଚନା ଅନୁଯାୟୀ, ଭବାନୀପୁର ପଞ୍ଚାୟତ ଅନ୍ତର୍ଗତ ଶାନ୍ତିନଗରରେ ସଠ ରାଉତରାୟଙ୍କ ପରିବାର ବହୁ ବର୍ଷ ଧରି ରହିଆସୁଥିଲେ। ସଠଙ୍କ ଦୁଇ ପୁଅ ମଧ୍ୟରେ ଅନେକ ଦିନ ହେବ ବାଦ ବିବାଦ ଲାଗି ରହିଥିଲା। ପରିସ୍ଥିତି ଏପରି ହୋଇଥିଲା ଯେ, ବାପା ଓ ସାନ ପୁଅଠାରୁ ବଡ ପୁଅ ଅଲଗା ରହିଆସୁଥିଲେ।

ସେହି ଦିନ ଠାରୁ ଉଭୟଙ୍କ ମଧ୍ୟରେ କଳହ ଲାଗିରହିଥିଲା। କିନ୍ତୁ ଆଜି ଏହି କଳହ ଭୀଷଣ ରୂପ ନେଇଥିଲା। ପରିବାର ମଧ୍ୟରେ ବୋମା ମାଡ ଘଟି ସାନ ପୁଅ କାଳିଆ ରାଉତରାୟ (୪୨) ଙ୍କ ମୃତ୍ୟୁ ଘଟିଥିବା ବେଳେ ବାପା ସଠ ରାଉତରାୟଙ୍କୁ ପୋଲିସ ଅଟକ ରଖିଛି। କିନ୍ତୁ ବାପା ଓ ସାନ ପୁଅ ଏକାଠି ରହୁଥିବା ବେଳେ ଏହି ବୋମା ମାଡ କିଏ କରିଛି, ତାହା ଉପରେ କୌଣସି ଖବର ମିଳିନାହିଁ। ପୋଲିସ ବର୍ତ୍ତମାନ ମୃତଦେହ ଜବତ କରି ଏହାର ଉଚ୍ଚସ୍ତରୀୟ ତଦନ୍ତ କରୁଥିବା ଜଣାପଡିଛି। ଏନେଇ ବାଣପୁର ଥାନା ଅଧିକାରୀ ରମେଶ କୁମାର ଦେବତା ସୂଚନା ଦେଇଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!