ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲାରେ କରୋନା କାୟା ମେଲାଇ ଚାଲିଥିବା ବେଳେ ଦଶପଲ୍ଲାର ପୂର୍ବତନ ବିଧାୟକ ପୂର୍ଣ୍ଣଚନ୍ଦ୍ର ନାୟକ କରୋନା ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି । ତାଙ୍କ ନିକଟ ସମ୍ପର୍କୀୟ ଏବଂ ଶୁଭେଚ୍ଛୁମାନେ ଆଶୁ ଆରୋଗ୍ୟ କାମନା କରିଛନ୍ତି । ଶ୍ରୀଯୁକ୍ତ ନାୟକଙ୍କ ସମେତ ପରିବାର ସଦସ୍ୟ ମଧ୍ୟ ଆକ୍ରାନ୍ତ ହୋଇଥିବା ଜଣାଯାଇଛି ।





