Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୨୫ ଚୋରା ବାଇକ ଜବତ

by ସଞ୍ଜୟ ସ୍ୱାଇଁ
July 15, 2024
in Crime, State
୨୫ ଚୋରା ବାଇକ ଜବତ
72
VIEWS
Share on FacebookShare on Twitter

କୋରାପୁଟ, (ବାଘୁଆବାର୍ତ୍ତା): କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁର ପୁଲିସ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ୨୫ଟି ଚୋରା ବାଇକ ଜବତ କରିଛି। ଏହା ସହିତ ଦୁଇ ଜଣ ଚୋରଙ୍କ ସମେତ ମୋଟ ୫ ଜଣଙ୍କୁ ଗିରଫ କରିଛି। ଗିରଫ ହୋଇଥିବା ଅନ୍ୟ ତିନି ଜଣ ବ୍ୟକ୍ତି ଚୋରା ବାଇକ କିଣିଥିଲେ। ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ଲକ୍ଷ୍ମୀପୁର ଏସଡିପିଓ ବିରଞ୍ଚି ନାରାୟଣ ଜଗତଙ୍କ ଅନୁପସ୍ଥିତିରେ ସୁନାବେଡ଼ା ଏସଡିପିଓ ମନବ୍ରତା ଶତପଥୀ ଏହି ସୂଚନା ଦେଇଛନ୍ତି। ଲକ୍ଷ୍ମୀପୁର ଥାନା ଅଞ୍ଚଳରେ ଗତ କିଛି ଦିନ ତଳେ ୪ଟି ବାଇକ ଚୋରି ହୋଇଥିଲା। ଲକ୍ଷ୍ମୀପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପଛପଟେ ଥିବା ଏକ କଲୋନୀରେ କିଛି ଦୁର୍ବୃତ୍ତ ଘର ଭଡ଼ା ନେଇ ରହୁଥିବା ଓ ସୁଯୋଗ ଦେଖି ବାଇକ ଚୋରି କରୁଥିବା ପୁଲିସ ପାଖରେ ଖବର ପହଞ୍ଚିଥିଲା। ପୁଲିସ ସେଇ ଦୁଇ ଜଣଙ୍କୁ ଆଣି ପଚରା ଉଚରା କରିବା ପରେ ସବୁ ଗୁମର ଫିଟିଥିଲା। ସେମାନେ ଲକ୍ଷ୍ମୀପୁର, କାକିରିଗୁମା, ନାରାୟଣପାଟଣା, କୁମ୍ଭିକୋଟା, କାଶୀପୁର ଓ ଟିକିରି ଅଞ୍ଚଳରୁ ବାଇକ ଚୋରି କରି ବିଭିନ୍ନ ସ୍ଥାନରେ ବିକ୍ରି କରିଥିବା ପୁଲିସ ଆଗରେ ମାନିଥିଲେ। ସେମାନଙ୍କ ସୂଚନା ଆଧାରରେ ଲକ୍ଷ୍ମୀପୁର ଆଇଆଇସି ସୁଜ୍ଞାନୀ ସାହୁ, ଏସ୍ଆଇ ମାନସ ପ୍ରଧାନ ଓ କାକିରିଗୁମା ଆଇଆଇସି ଡମ୍ବରୁଧର ବର୍ତିଆ ରାୟଗଡ଼ା ଜିଲ୍ଲା ପଦ୍ମପୁର ପୁଲିସର ସହାୟତାରେ ବିଭିନ୍ନ ସ୍ଥାନରେ ଚଢାଉ କରି ୨୫ଟି ବାଇକ ଜବତ କରିଥିଲେ। ଉକ୍ତ ଦୁଇ ଚୋରଙ୍କ ସହିତ ସେମାନଙ୍କ ଠାରୁ ଚୋରା ବାଇକ କିଣିଥିବା ତିନି ଜଣ ବ୍ୟକ୍ତିଙ୍କୁ ପୁଲିସ ଗିରଫ କରିଛି। ସେମାନଙ୍କୁ ଆସନ୍ତାକାଲି କୋର୍ଟ ଚାଲାଣ କରାଯିବ। ତେବେ ଏହି ଗ୍ୟାଙ୍ଗର ମାଷ୍ଟର ମାଇଣ୍ଡ ଫେରାର ହୋଇଛି। ତାକୁ ମଧ୍ୟ ଖୁବଶୀଘ୍ର ଗିରଫ କରାଯିବ ବୋଲି ଲକ୍ଷ୍ମୀପୁର ଆଇଆଇସି ସୁଜ୍ଞାନୀ ସାହୁ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!