Wednesday, October 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୧୫ ପ୍ରଧାନମନ୍ତ୍ରୀ ଆଦର୍ଶ ଗ୍ରାମର ବିକାଶ ପାଇଁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ

by Anil Panda
September 18, 2020
in Nayagarh
୧୫ ପ୍ରଧାନମନ୍ତ୍ରୀ ଆଦର୍ଶ ଗ୍ରାମର ବିକାଶ ପାଇଁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ
464
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲାପାଳ ଡ. ପୋମା ଟୁଡୁଙ୍କ ଅଧ୍ୟକ୍ଷତାରେ ଆଜି ପ୍ରଧାନମନ୍ତ୍ରୀ ଆଦର୍ଶ ଗ୍ରାମ ଯୋଜନା (ପିଏମ୍‌ଜିୱାଇ)ର ଏକ ଆଲୋଚନା ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ପ୍ରକଳ୍ପ ନିର୍ଦ୍ଦେଶକ ସୁବାଷ ଚନ୍ଦ୍ର ରାୟ, ଉପଜିଲ୍ଲାପାଳ ଲଗ୍ନଜିତ ରାଉତ ଏବଂ ଡିଡବ୍ଲ୍ୟୁଓ ସୀମାଞ୍ଚଳ ବେହେରା ଯୋଗଦେଇ ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ । ସାରା ଓଡ଼ିଶାରେ ୧୯୨ଟି ପ୍ରଧାନମନ୍ତ୍ରୀ ଆଦର୍ଶ ଗ୍ରାମ ଚିହ୍ନଟ ହୋଇଥିବା ବେଳେ ନୟାଗଡ଼ ଜିଲ୍ଲାରେ ୧୫ଟି ଗ୍ରାମକୁ ପ୍ରଧାନମନ୍ତ୍ରୀ ଆଦର୍ଶ ଗ୍ରାମ ଭାବେ ଚିହ୍ନଟ କରାଯାଇଛି । ୫୦ ପ୍ରତିଶତ ଅନୂସୂଚିତ ଜନଜାତି ଥିବା ଗ୍ରାମକୁ ପ୍ରଧାନମନ୍ତ୍ରୀ ଆଦର୍ଶ ଗ୍ରାମ୍ୟ ମାନ୍ୟତା ମିଳିଥିବା ବେଳେ କିଭଳି ଏହି ଗ୍ରାମ ଗୁଡ଼ିକର ବିକାଶ ହେବ ଏବଂ ଗ୍ରାମବାସୀମାନେ ଉଚ୍ଚବର୍ଗ ସହ ସମାନ ହୋଇ ବସବାସ କରିବେ ସେ ନେଇ ବୈଠକରେ ଆଲୋଚନା କରାଯାଇଛି । ଏହି ଗ୍ରାମରେ ପାନୀୟଜଳ, ପରିମଳଠାରୁ ଆରମ୍ଭ କରି ସରକାରଙ୍କ ସବୁ ଯୋଜନା ଶତ ପ୍ରତିଶତ କାର୍ଯ୍ୟକାରୀ କରିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ବୈଠକରେ ବିଭିନ୍ନ ବିଭାଗର ଅଧିକାରୀ ଏବଂ ନୟାଗଡ଼ ଜିଲ୍ଲାର ବିଭିନ୍ନ ବ୍ଲକ କର୍ମଚାରୀ ଯୋଗ ଦେଇଥିବା ଜଣାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!