Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଖାଇବାକୁ ଦେଲାନି ମା’, ତଣ୍ଟି ଚିପିଦେଲା ପୁଅ

by ସଞ୍ଜୟ ସ୍ୱାଇଁ
July 17, 2024
in Crime, State
ଖାଇବାକୁ ଦେଲାନି ମା’, ତଣ୍ଟି ଚିପିଦେଲା ପୁଅ
149
VIEWS
Share on FacebookShare on Twitter

ବାଲେଶ୍ୱର, (ବାଘୁଆବାର୍ତ୍ତା): ଯେଉଁ ମା’ କୋଳେଇ କାଖେଇ ବଡ଼ କରିଥିଲା। ପଣତ କାନିରେ ନିଜ ଲୁହ ପୋଛି ଦେଉଥିଲା। ନିଜେ ଉପାସରେ ରହି ଖାଇବାକୁ ଦେଉଥିଲା। ସେହି ମା’ ମନ ପସନ୍ଦର ଜିନିଷ ବନାଇ ଖାଇବାକୁ ନ ଦେବାରୁ ପିଶାଚ ପୁଅ ତାର ତଣ୍ଟି ଚିପି ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏପରି ଘଟଣା ଘଟିଛି ବାଲେଶ୍ୱର ଜିଲ୍ଲା ସିମୁଳିଆ ଥାନା ଅନ୍ତର୍ଗତ କାଞ୍ଚପଡା ପଞ୍ଚାୟତ ତାଳପଦା ଗାଁରେ। ମୃତ ମହିଳା ଜଣଙ୍କ ବାସନ୍ତି ମହାନ୍ତି। ପୁଲିସ ଅଭିଯୁକ୍ତ ପୁଅ ଅରୁଣ ମହାନ୍ତିଙ୍କୁ ଅଟକ ରଖି ପଚରାଉଚରା କରୁଛି ପୁଲିସ। ଗତକାଲି ରାତିରେ ଅରୁଣ ମଦ୍ୟପାନ କରି ଘରକୁ ଆସିଥିଲା। ମନ ପସନ୍ଦର ଜିନିଷ ବନାଇ ଖାଇବାକୁ ଦେବାକୁ କହିଥିଲା ପୁଅ। ଏହାକୁ ନେଇ ମା’ପୁଅଙ୍କ ମଧ୍ୟରେ ବଚସା ହୋଇଥିଲା। ପରେ ଅରୁଣ ଉତ୍‌କ୍ଷିପ୍ତ ହୋଇ ମା’ର ତଣ୍ଟି ଚିପି ଦେଇଥିଲା। ବାସନ୍ତୀଙ୍କୁ ତଣ୍ଟି ଚିପି ମାରୁଥିବା ଦେଖି ଅରୁଣଙ୍କ ସ୍ତ୍ରୀ ଦୌଡ଼ି ଆସିଥିଲେ। ଅରୁଣଙ୍କୁ ଛଡ଼ାଇଥିଲେ। ଅରୁଣ ମଧ୍ୟ ତାଙ୍କ ସ୍ତ୍ରୀଙ୍କୁ ମାରଧର କରିଥିଲେ। ଘଟଣାସ୍ଥଳରେ ବାସନ୍ତୀଙ୍କର ମୃତ୍ୟୁ ଘଟିଥିଲା। ଘଟଣାସଂପର୍କରେ ପରିବାର ଲୋକେ ପୁଲିସକୁ ଖବର ଦେଇଥିଲେ। ପୁଲିସ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!