ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲା ନୂଆଗାଁ ବ୍ଲକ ଅନ୍ତର୍ଗତ ମାଳିସାହିଠାରେ ଅବସ୍ଥିତ ଗତିଶ୍ୱର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ (+୨) ଅଧ୍ୟକ୍ଷ ରାଜେନ୍ଦ୍ର କୁମାର ନାୟକଙ୍କ ଗତକାଲି ବିଳମ୍ବିତ ରାତିରେ ପରଲୋକ ଘଟିଛି । ତାଙ୍କର ଡାଇବେଟିସ୍ ରହିଥିବା ବେଳେ କିଛି ଦିନ ହେବ ଜ୍ୱରରେ ଆକ୍ରାନ୍ତ ହୋଇ ଘରେ ରହି ଚିକିତ୍ସିତ ହେଉଥିଲେ । ଗତକାଲି ରାତିରେ ତାଙ୍କର ସ୍ୱାସ୍ଥ୍ୟରେ ଅବନତୀ ଘଟିବାରୁ ତାଙ୍କୁ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଅଣାଯାଇଥିବା ବେଳେ ରାତିରେ ତାଙ୍କର ମୃତ୍ୟୁ ଘଟିଛି । ତାଙ୍କ ମୃତ୍ୟୁ ଖବର ଶୁଣି, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗଭୀର ଶୋକବ୍ୟକ୍ତ କରିଛନ୍ତି । ମୋର ବାଣୀବିହାର ସହପାଠୀ ତଥା ନୟାଗଡ଼ ମାଳିସାହି ଜୁନିୟର କଲେଜ ଅଧ୍ୟକ୍ଷ ରାଜେନ୍ଦ୍ର ନାୟକଙ୍କ ଦେହାନ୍ତ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ ବୋଲି ଟ୍ୟୁଟରେ ଉଲ୍ଲେଖ କରିଛନ୍ତି । ସ୍ୱର୍ଗତ ନାୟକ ଅତ୍ୟନ୍ତ ମେଳାପି ଓ ବନ୍ଧୁ ବତ୍ସଳ ଥିଲେ ବୋଲି କେନ୍ଦ୍ରମନ୍ତ୍ରୀ ଶ୍ରୀଯୁକ୍ତ ପ୍ରଧାନ ଉଲ୍ଲେଖ କରିବା ସହ ଶୋକସନ୍ତପ ପରିବାର ବର୍ଗଙ୍କୁ ସମବେଦନା ଜଣାଇବା ସହ ଅମର ଆତ୍ମାର ସଦଗତି କାମନା କରିଛନ୍ତି ।





