Saturday, April 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସ୍ୱାମୀ ହତ୍ୟା ଅଭିଯୋଗରେ ସ୍ତ୍ରୀ ଓ ଶଳା ଥାନାରେ ଅଟକ

by Anil Panda
September 19, 2020
in Crime, Nayagarh
ସ୍ୱାମୀ ହତ୍ୟା ଅଭିଯୋଗରେ ସ୍ତ୍ରୀ ଓ ଶଳା ଥାନାରେ ଅଟକ
475
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ବାଲୁଗାଁ ସଅରସାହିରେ ଘଟିଥିବା ହତ୍ୟାକାଣ୍ଡ ଘଟଣାରେ ମୃତକଙ୍କ ସ୍ତ୍ରୀ ଏବଂ ଶଳା ଥାନାରେ ଅଟକ ଥିବା ଜଣାଯାଇଛି । ସୂଚନାନୁସାରେ, ନୟାଗଡ଼ ଜିଲ୍ଲା ଫତେଗଡ଼ ଥାନା ଶାଳପଡ଼ା ପଂଚାୟତ ଅନ୍ତର୍ଗତ ମିତୁଆଣୀ ଗ୍ରାମର ସମରା ନାୟକଙ୍କ ପୁଅ କାଳିଆ ନାୟକ(୩୭) ଦୀର୍ଘବର୍ଷ ହେବ ନୟାଗଡ଼ ସଦରଥାନା ଅନ୍ତର୍ଗତ ବାଲୁଗାଁ ସଅରସାହିରେ ଘରଜ୍ୱାଇଁ ଭାବରେ ରହୁଥିଲେ । ଗତକାଲି କାଳିଆ ମଦ୍ୟପାନ କରି ସ୍ତ୍ରୀଙ୍କ ସହ ଝଗଡ଼ା କରିବାରୁ ଘରେ ଗଣ୍ଡଗୋଳ ହୋଇଥିଲା । ସକାଳୁ କାଳିଆର ମୃତଦେହ ଘର ଭିତରେ ଥିବା ଖବରପାଇବା ପରେ ନୟାଗଡ଼ ସଦରଥାନା ଏସ୍‌ଆଇ ସନ୍ତୋଷ ଦାଶ, ସୁବାଷ ବେହେରା, ଏଏସ୍‌ଆଇ ରାଜେନ୍ଦ୍ର କହଁର ସଦଳବଳେ ଘଟଣାସ୍ଥଳରେ ପହଂଚିଥିଲେ । ପୁଲିସକୁ ଦେଖି ତାଙ୍କ ସ୍ତ୍ରୀ ବିଭ୍ରାନ୍ତିକର କଥା କହୁଥିବା ବେଳେ ମିତୁଆଣୀ ଗ୍ରାମର କାଳିଆଙ୍କ ଭାଇ ସନାତନ ନାୟକ ସଦରଥାନାରେ ପହଂଚି ତାଙ୍କ ଭାଇଙ୍କୁ ହତ୍ୟା କରିଥିବା ନେଇ ଅଭିଯୋଗ କରିଛନ୍ତି । ପୁଲିସ ଅଭିଯୋଗ ପାଇବା ପରେ ଘଟଣାସ୍ଥଳକୁ ଫରେନ୍‌ସିକ ଟିମ୍ ଡକାଇ ତଦନ୍ତ ଆରମ୍ଭ କରିଥିବା ବେଳେ ଏହି ଘଟଣାରେ ସଂପୃକ୍ତି ଅଭିଯୋଗରେ ସ୍ତ୍ରୀ ମିତା ନାୟକ ଏବଂ ଶଳା କୃର୍ଷ୍ଣଚନ୍ଦ୍ର ସ୍ୱାଇଁ ଓରଫ କାଳୁକୁ ଅଟକ ରଖି ତଦନ୍ତ ଜାରି ରଖିଥିବା ଜଣାଯାଇଛି ।

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ:ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ:ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ

April 17, 2026
ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

April 16, 2026
ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

April 16, 2026
ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

April 16, 2026
କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

April 16, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!