ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲାରେ କରୋନା ଏବେ ଭୟାନକ ସ୍ଥିତିରେ ପହଂଚି ସାରିଛି । ଆଜି ନୟାଗଡ଼ ଜିଲ୍ଲାରୁ ଆଜି ୫୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ରାଜ୍ୟ ସରକାର ସୂଚନା ଦେଇଛନ୍ତି । ଫଳରେ ଜିଲ୍ଲାରେ ପୂର୍ବରୁ ଚିହ୍ନଟ ହୋଇଥିବା ୪୧୭୩ ଆକ୍ରାନ୍ତଙ୍କ ସହ ଆଜିର ଆକ୍ରାନ୍ତ ମିଶି ମୋଟ ସଂଖ୍ୟା ୪୨୨୬ ବୋଲି ଜଣାଯାଇଛି । ଜିଲ୍ଲାରେ କରୋନା ଆକ୍ରାନ୍ତ ସଂଖ୍ୟା ଯେଉଁ ପରିମାଣରେ ବୃଦ୍ଧି ପାଉଛି, ସେହି ତୁଳନାରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି । ରାଜ୍ୟ ସରକାରଙ୍କ ସୂଚନା ମୁତାବକ, ୨୧ ତାରିଖ ମଧ୍ୟାହ୍ନ ସୁଦ୍ଧା ନୟାଗଡ଼ ଜିଲ୍ଲାର କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୩୬୯୪ ଜଣ ସୁସ୍ଥ ହୋଇଥିବା ବେଳେ ଏବେ ୩୬ ଜଣ ନୂଆ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଫଳରେ ମୋଟ ସୁସ୍ଥଙ୍କ ସଂଖ୍ୟା ୩୭୩୦ ବୋଲି ଜଣାଯାଇଛି । ଜିଲ୍ଲାରେ କରୋନା ମୃତ୍ୟୁ ସଂଖ୍ୟା ୧୮ ବୋଲି ଜଣାଯାଇଥିବା ବେଳେ କରୋନା ଆକ୍ରାନ୍ତ ହୋଇ ଅନ୍ୟ ରୋଗରେ ଦୁଇ ଜଣ ମୃତ୍ୟୁ ବରଣ କରିଥିବା ଜଣାଯାଇଛି ।






