Wednesday, May 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କାହିଁକି ପରିବର୍ତ୍ତନ ହେଲା ଲକ୍ଷ୍ମୀ ବସ୍‌ର ରଙ୍ଗ-ନାମ, ମନ୍ତ୍ରୀ ଦେଲେ ଉତ୍ତର

by ସଞ୍ଜୟ ସ୍ୱାଇଁ
July 25, 2024
in Feature News
କାହିଁକି ପରିବର୍ତ୍ତନ ହେଲା ଲକ୍ଷ୍ମୀ ବସ୍‌ର ରଙ୍ଗ-ନାମ, ମନ୍ତ୍ରୀ ଦେଲେ ଉତ୍ତର
527
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ବିଧାନସଭାରେ ଉଠିଲା ଲକ୍ଷ୍ମୀ ବସ୍‌ ପ୍ରସଙ୍ଗ । ଗୁରୁବାର ଲକ୍ଷ୍ମୀ ବସକୁ ନେଇ ବିଧାନସଭାରେ ଘେରିଛନ୍ତି ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ । ଲକ୍ଷ୍ମୀ ବସ୍‌ର ରଙ୍ଗ ଓ ନାମ ପରିବର୍ତ୍ତନ କରିବାର କାରଣ କଣ? ଏହାଦ୍ୱାରା ସରକାର କି ପ୍ରକାର ଲାଭ ପାଉଛନ୍ତି ବୋଲି ପ୍ରଶ୍ନ କରିଛନ୍ତି ବିଜେଡି ବିଧାୟକ । ଏନେଇ ଉତ୍ତର ରଖିଛନ୍ତି ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା। ସେ କହିଛନ୍ତି, ରାଜ୍ୟରେ ପ୍ରଥମେ ମାଲକାନଗିରି ଜିଲାରେ ଏହି ଲକ୍ଷ୍ମୀ ବସ ସେବା ଆରମ୍ଭ ହେଇଥିଲା । ଆଉ ପରେ ଏହା ଅନ୍ୟ ଜିଲାକୁ ଆରମ୍ଭ ହେଇଥିଲା । ତେବେ ରଙ୍ଗ ପରିବର୍ତ୍ତନକୁ ନେଇ ମନ୍ତ୍ରୀ କହିଛନ୍ତି, ଲକ୍ଷ୍ମୀ ବସରେ କୌଣସି ରଙ୍ଗ ଲାଗି ନ ଥିଲା, କେବଳ ଷ୍ଟିକରିଂ କରାଯାଇଥିଲା । ସାଧାରଣ ନିର୍ବାଚନ ସମୟରେ ଆଦର୍ଶ ଆଚରଣ ବିଧି ବଳବତ୍ତର ଥିବା ସମୟରେ ଲକ୍ଷ୍ମୀ ବସମାନଙ୍କରେ ଲାଗିଥିବା କିଛି ଷ୍ଟିକର ଏକ ରାଜନୈତିକ ଦଳର ଚିହ୍ନ ସହ ମେଳ ଖାଉଥିବାରୁ ସେଗୁଡିକୁ ହଟାଯାଇଥିଲା । ଏଥିସହ କିଛି ବସ ଅସୁନ୍ଦର ଦେଖାଯାଉଥିବାରୁ, ଆଦର୍ଶ ଆଚରଣ ବିଧିର ଅବଧି ଶେଷ ହେବା ପରେ ସେଗୁଡିକର ସୌନ୍ଦର୍ଯ୍ୟକରଣ ପାଇଁ ରାଜ୍ୟ ପରିବହନ ନିଗମର ପୁରୁଣା ରଙ୍ଗକୁ ଉପଯୋଗ କରାଯାଇଥିଲା ବୋଲି ମନ୍ତ୍ରୀ ଉତ୍ତର ରଖି କହିଛନ୍ତି ।

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026
ରେଳ ସମସ୍ୟାକୁ ନେଇ ନୟାଗଡ଼ ଟାଉନ ଷ୍ଟେସନରେ ତୀବ୍ର ଉତ୍ତେଜନା:ରେଳରୋକ ଉଦ୍ୟମ ପଣ୍ଡ

ରେଳ ସମସ୍ୟାକୁ ନେଇ ନୟାଗଡ଼ ଟାଉନ ଷ୍ଟେସନରେ ତୀବ୍ର ଉତ୍ତେଜନା:ରେଳରୋକ ଉଦ୍ୟମ ପଣ୍ଡ

May 24, 2026
ବଦଳିଲେ ନୟାଗଡ଼ ଆରକ୍ଷୀ ଅଧିକ୍ଷକ

ବଦଳିଲେ ନୟାଗଡ଼ ଆରକ୍ଷୀ ଅଧିକ୍ଷକ

May 24, 2026
ବିଦ୍ୟୁତ୍ କାଟକୁ ନେଇ ବିଜେଡି ସାମ୍ବାଦିକ ସମ୍ମିଳନୀ:୨୫ରେ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ

ବିଦ୍ୟୁତ୍ କାଟକୁ ନେଇ ବିଜେଡି ସାମ୍ବାଦିକ ସମ୍ମିଳନୀ:୨୫ରେ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ

May 23, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!