Sunday, May 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅଙ୍ଗନବାଡ଼ି କେନ୍ଦ୍ରରେ ‘ମୋ ଉପକାରୀ ବଗିଚା’ ନିର୍ମାଣ ପାଇଁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ

by Anil Panda
September 23, 2020
in Education, Health, Nayagarh, State
କରୋନା ବିରୋଧ ସଂଗ୍ରାମରେ ଜୟୀ ହେବା : ଜିଲ୍ଲାପାଳ
749
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲାପାଳ ଡ. ପୋମା ଟୁଡୁଙ୍କ ଅଧ୍ୟକ୍ଷତାରେ ରାଷ୍ଟ୍ରୀୟ ପୋଷଣ ମାହ ପାଳିତ ହୋଇଯାଇଛି । ଭିସି ମାଧ୍ୟମରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ପଞ୍ଚାୟତରାଜ ବିଭାଗ, ଜଳ ଓ ପରିମଳ ବିଭାଗ ଏବଂ ମହିଳା ଓ ଶିଶୁ ବିକାଶ, ମିଶନ୍ ଶକ୍ତି ବିଭାଗ ଯୋଗ ଦେଇ ଅପପୃଷ୍ଟିକୁ କିଭଳି ରୋକା ଯାଇ ପାରିବ ସେ ନେଇ ପଦକ୍ଷେପ ଆଲୋଚନା କରିଥିଲେ । ବାହାର ରାଜ୍ୟରୁ ଫେରିଥିବା ପ୍ରବାସୀଙ୍କ ପରିବାର ରୋଜଗାର ହରାଇ ଥିବା ବେଳେ ସେମାନଙ୍କ ପରିବାରରେ ପୋଷଣ ଅଭାବ ଦେଖା ଯିବାର ସମ୍ଭାବନା ଥିବାରୁ ଜିଲ୍ଲାପାଳ ଜିଲ୍ଲାର ସମସ୍ତ ସିଡିପିଓଙ୍କୁ ପୃଷ୍ଟି ହୀନତା ପିଲାଙ୍କ ସଠିକ୍ ତାଲିକା ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏହି କାର୍ଯ୍ୟକ୍ରମରେ ଜୀବିକା ମିଶନ୍ ଏବଂ ମନରେଗା ଦ୍ୱାରା ପରିଚାଳିତ ମୋ ଉପକାରୀ ବଗିଚା ଉପରେ ଜିଲ୍ଲାପାଳ ଗୁରୁତ୍ୱ ଦେଇ ଆଲୋଚନା ବେଳେ ଜିଲ୍ଲାରେ ୧୩ ହଜାର ମୋ ଉପକାରୀ ବଗିଚା ନିର୍ମାଣ କରିବାକୁ ଥିବା ପ୍ରକାଶ କରିଥିଲେ । ଏଥିସହିତ ପ୍ରତି ବ୍ଲକର ୫ଟି ଅଙ୍ଗନବାଡ଼ି କେନ୍ଦ୍ରରେ ମୋ ଉପକାରୀ ବଗିଚା କରିବାକୁ ଜିଲ୍ଲାପାଳ ସିଡିପିଓମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଏହା ମାଧ୍ୟମରେ ଅପପୃଷ୍ଟି ରୋକା ଯାଇ ପାରିବ ବୋଲି ପ୍ରକଳ୍ପ ନିର୍ଦ୍ଦେଶକ ମତ ଦେଇଥିବା ବେଳେ ବିଡିଓମାନଙ୍କ ସହଯୋଗରେ ମନରେଗା ଦ୍ୱାରା ଏହା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏଥିସହିତ କାର୍ଯ୍ୟକ୍ରମରେ ୬ ମାସ ପର୍ଯ୍ୟନ୍ତ ଶିଶୁଙ୍କୁ ସ୍ତନ୍ୟପ୍ରାଣ୍ୟ ଏବଂ ୬ ମାସ ପରେ ଅନ୍ୟ ଖାଦ୍ୟ ଉପରେ ଗୁରୁତ୍ୱ ଦେବା ଲାଗି ଜନସଚେତନତା କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଅଙ୍ଗନବାଡ଼ି କେନ୍ଦ୍ରରେ ପିଲାଙ୍କ ଓଜନ ସହିତ ଅନ୍ୟାନ ବିଷୟ ଉପରେ ଗୁରୁତ୍ୱ ଦେବାକୁ ଆଲୋଚନା ହୋଇଛି । ଏହି ବୈଠକରେ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀଙ୍କ ସମେତ, ବହୁ ଜିଲ୍ଲା ଓ ବ୍ଲକ ସ୍ତରୀୟ ଅଧିକାରୀ ମାନେ ଯୋଗ ଦେଇଥିବା ବେଳେ ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀଯୁକ୍ତ ରାୟ ଧନ୍ୟବାଦ ଅପଣ କରିଥିଲେ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!