Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବନ୍ଧା ହେଲେ ଡାକ୍ତର

by ସଞ୍ଜୟ ସ୍ୱାଇଁ
July 29, 2024
in Crime, State
ବନ୍ଧା ହେଲେ ଡାକ୍ତର
285
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): ଠକେଇ ଅଭିଯୋଗରେ ବନ୍ଧା ହେଲେ ଡାକ୍ତର। କଟକ ଜିଲ୍ଲା ମଙ୍ଗଳାବାଗ ଥାନା ଅଞ୍ଚଳର ଜଣେ ବ୍ୟକ୍ତିଙ୍କ ଠାରୁ ମାସିକ ଭଡ଼ା ସୂତ୍ରରେ ଗାଡ଼ି ନେଇ ଚମ୍ପଟ ମାରିଥିଲେ ଡାକ୍ତର ବାବୁ। ଗିରଫ ଡାକ୍ତର ହେଉଛନ୍ତି ଅବିନାଶ ଶତପଥୀ। ଅବିନାଶ ଏସିସିବି ମେଡିକାଲରେ ଇଣ୍ଟର୍ନଶିପ କରିବା ସମୟରେ ଏକ କାରକୁ ମାସିକ ଭଡ଼ା ସୂତ୍ରରେ ନେଇଥିଲେ। କିଛି ଦିନ ପରେ ଗାଡ଼ି ମାଲିକ ଅବିନାଶଙ୍କୁ ଫୋନ୍‌ କରିଥିଲେ। ହେଲେ ସେ ଆଉ ଫୋନ୍ ରିସିଭ କରି ନଥିଲେ। ଗାଡ଼ିମାଲିକ ଅବିନାଶଙ୍କୁ ଖୋଜିଥିଲେ। ହେଲେ ସେ ଆଉ ଧରାଛୁଆଁ ଦେଇ ନଥିଲେ। ଠକାମୀର ଶିକାର ହୋଇଥିବା ଜାଣିପାରି ଗାଡ଼ି ମାଲିକ ମଙ୍ଗଳାବାଗ ଥାନାରେ ଡାକ୍ତରଙ୍କ ବିରୋଧରେ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗ ଆଧାରରେ ଦୀର୍ଘଦିନ ଧରି ପୁଲିସ ଘଟଣାର ତଦନ୍ତ କରିଥିଲା। ହେଲେ ଅଭିଯୁକ୍ତ ଡାକ୍ତରଙ୍କୁ ପାଉନଥିଲା ପୁଲିସ। ତେବେ ଡାକ୍ତର ଅବିନାଶ ଶତପଥୀ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ କାମ କରୁଥିବା ପୁଲିସ କୌଣସି ସୂତ୍ରରୁ ଜାଣିବାକୁ ପାଇଥିଲା। ସେଠାରୁ ତାଙ୍କୁ ଗିରଫ କରିଛି ମଙ୍ଗଳାବାଗ ଥାନା ପୁଲିସ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!