ବାଲେଶ୍ୱର, (ବାଘୁଆବାର୍ତ୍ତା): ଜିମ୍ରୁ ଫେରିବା ବେଳେ ଜଣେ ଯୁବକଙ୍କୁ ଗୁଳିମାଡ଼ ହୋଇଥିବା ଅଭିଯୋଗ ହୋଇଛି। ଏପରି ଘଟଣା ଘଟିଛି ବାଲେଶ୍ୱର ଜିଲ୍ଲା ବାଲିଆପାଳ ନିକଟରେ। ଯୁବକଙ୍କୁ ଗୁରୁତର ଅବସ୍ଥାରେ ବାଲେଶ୍ୱର ଜିଲ୍ଲା ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଆଜି ସକାଳେ ଯୁବକ ଜଣଙ୍କ ଜିମ୍ରୁ ନିଜ ଘରକୁ ଫେରୁଥିଲେ। ବାଲିଆନିକଟରେ ୪ ଜଣ ଦୁର୍ବୃତ୍ତ ବୁଲେଟ୍ରେ ଆସି ଯୁବକଙ୍କୁ ଗୁଳିମାଡ଼ କରି ଚମ୍ପଟ ମାରିଥିଲେ। ସ୍ଥାନୀୟ ଲୋକେ ଯୁବକଙ୍କୁ ଉଦ୍ଧାର କରି ବାଲେଶ୍ୱର ଜିଲ୍ଲା ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ଏଥିସହ ପରିବାର ଲୋକଙ୍କୁ ଘଟଣା ସଂପର୍କରେ ଜଣାଇଥିଲେ। ତେବେ ଯୁବକଙ୍କୁ ଦୁର୍ବୃତ୍ତମାନେ କାହିଁକି ଗୁଳିମାଡ କଲେ, ଏହାପଛରେ କ’ଣ କାରଣ ରହିଛି ତାହା ଜଣାପଡ଼ି ନାହିଁ। ପୁଲିସ ଘଟଣାର ତଦନ୍ତ କରୁଛି।





