Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବନ୍ଧା ହେଲେ ଆଠଗଡ଼ ବିଡିଓ

by ସଞ୍ଜୟ ସ୍ୱାଇଁ
August 8, 2024
in Crime, State
ବନ୍ଧା ହେଲେ ଆଠଗଡ଼ ବିଡିଓ
188
VIEWS
Share on FacebookShare on Twitter

ଆଠଗଡ଼, (ବାଘୁଆବାର୍ତ୍ତା): ଆଠଗଡ଼ ବିଡିଓ ପ୍ରଦୀପ କୁମାର ସାହୁଙ୍କୁ ବାନ୍ଧିଲା ଭିଜିଲାନ୍ସ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ତାଙ୍କୁ ଗିରଫ କରିଛି। ବିଡିଓ ଆୟଠାରୁଧିକ ସମ୍ପତ୍ତି ଠୁଳ କରିଥିବା ନେଇ ଭିଜିଲାନ୍ସ ପକ୍ଷରୁ କୁହାଯାଇଛି। ଗତକାଲି ପ୍ରଦୀପଙ୍କ ପୈତୃକ ଘର ସମେତ ଭୁବନେଶ୍ୱର, ଖୋର୍ଦ୍ଧା, ନୟାଗଡ଼ ଓ ଆଠଗଡ଼ ସମେତ ଏକକାଳୀନ ୮ଟି ସ୍ଥାନରେ ରେଡ୍ କରିଥିଲା ଭିଜିଲାନ୍ସ ଟିମ୍। ଭୁବନେଶ୍ୱର ଭିଜିଲାନ୍ସ ଡିଭିଜନ ପକ୍ଷରୁ ପ୍ରଦୀପଙ୍କ ଭୁବନେଶ୍ୱର ଗୌତମନଗରସ୍ଥିତ ଶ୍ରୀ ଏନକ୍ଲେଭ୍ ଆପାର୍ଟମେଣ୍ଟ ଦ୍ୱିତୀୟ ମହଲାରେ ଥିବା ଘର, ଖୋର୍ଦ୍ଧା ଭଲିଆବାଡ଼ିରେ ଥିବା ବିଲ୍ଡିଂ, ରାଜସୁନାଖଳାରେ ଥିବା ୩ ମହଲା କୋଠା,ରାଜ ସୁନାଖଳାରେ ଥିବା ପୈତୃକ ଘର, ଖୋର୍ଦ୍ଧା ପିଚୁକୁଳିରେ ଥିବା ସମ୍ପର୍କୀୟଙ୍କ ଘର, ଆଠଗଡ଼ରେ ଥିବା ଅଫିସ ଓ କ୍ୱାର୍ଟସରେ ରେଡ୍ କରାଯାଇଥିଲା। ଚଢ଼ାଉବେଳେ ବିଡିଓଙ୍କର ଭୁବନେଶ୍ୱରରେ ୨ଟି କୋଠା, ଗୋଟିଏ ଫ୍ଲାଟ ଠାବ କରାଯାଇଥିଲା। ସେହିପରି ୩ଟି ପ୍ଲଟ, ୪୭ ଲକ୍ଷର ଜମା, ୬ ଲକ୍ଷ ନଗଦ ଟଙ୍କା ଓ୪୫୨ ଗ୍ରାମ୍‌ ସୁନା, ୨ଟି କାର୍ ମଧ୍ୟ ପାଇଥିଲା ଭିଜିଲାନ୍ସ। ପ୍ରଦୀପଙ୍କ ସମ୍ପତ୍ତି ଦେଖି ଭିଜିଲାନ୍ସ ଅଧିକାରୀ ତାଜୁବ ହୋଇଯାଇଥିଲେ। ପରେ ତାଙ୍କୁ ଅଟକ ରଖାଯାଇ ପଚରାଉଚରା କରାଯାଇଥିଲା। ହେଲେ ପ୍ରଦୀପ ଠୁଳ କରିଥିବା ସମ୍ପତ୍ତି ସଂପର୍କରେ ସନ୍ତୋଷ ଜନକ ଉତ୍ତର ଦେଇ ପାରିନଥିଲେ। ଆଜି ଭିଜିଲାନ୍ସ ତାଙ୍କୁ ଗିରଫ କରିଥିବା ସୂଚନା ରହିଛି। ୨୦୨୩ ମସିହା ଫେବ୍ରୁଆରୀ ୨୩ ତାରିଖରେ ପ୍ରଦୀପ ଆଠଗଡ଼ରେ ବିଡ଼ିଓ ଭାବେ ନିଯୁକ୍ତି ପାଇଥିଲେ। ଏହାର୍ପୂବରୁ ସେ ନରସିଂହପୁରରେ ସେ କାର୍ଯ୍ୟରତ ଥିଲେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!