Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜମିବାଡ଼ି ବିବାଦରୁ ହେଲା ରକ୍ତାକ୍ତ ସଂଘର୍ଷ

by ସଞ୍ଜୟ ସ୍ୱାଇଁ
August 10, 2024
in Crime, State
ବାପାକୁ ଛୁରୀ ଭୁସିଦେଲା ପ୍ରଫେସର ପୁଅ
37
VIEWS
Share on FacebookShare on Twitter

ବାଲେଶ୍ୱର, (ବାଘୁଆବାର୍ତ୍ତା): ଜମିବାଡ଼ି ବିବାଦ ନେଲା ରକ୍ତାକ୍ତ ସଂଘର୍ଷର ରୂପ । ଦୀର୍ଘ ଦିନ ଧରି ଅସନ୍ତୋଷ କୁହୁଳୁଥିବା ବେଳେ ଚାଲିଥିଲା ଛକାପଞ୍ଝା। ଶେଷରେ ଏହି ବିବାଦ ନେଲା ଆକ୍ରମଣର ରୂପ । ଗୋଟିଏ ପକ୍ଷର ଆକ୍ରମଣରେ ଅପରପକ୍ଷର ୫ ଜଣ ଗୁରୁତର ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ଦୁଇ ମହିଳା ଥିବା ଜଣାଯାଇଛି। ଏପରି ଏକ ଘଟଣା ଆଜି ସକାଳେ ବାଲେଶ୍ୱର ଜିଲ୍ଲା ସୋର ଥାନା ବେଲପୁର ଗାଁରେ ଘଟିଛି। ଗୁରୁତର ୫ ଜଣ ହେଲେ ସାଇଦା ବିବି, ସେକ ଗୁଲାଲ,ସେକ ରାଜେଶ, ସେକ ନିହାମଦ ଓ ରେଜିଆ ଖାତୁନ । ଏହି ଘଟଣାରେ ପୁଲିସ୍‌ ୪ ଜଣଙ୍କୁ ଗିରଫ କରିଥିବା ବେଳେ ୫ ଜଣ ଫେରାର ହୋଇ ଯାଇଛନ୍ତି। ବେଲପୁର ଗାଁର ସେକ ଗୁଲାଲ ଓ ସେକ ଭେକୋଦ୍ଦିନଙ୍କ ପରିବାର ମଧ୍ୟରେ ଦୀର୍ଘ ଦିନ ହେଲା ଜମିବାଡ଼ି ବିବାଦ ଲାଗି ରହିଥିଲା। ଏହାକୁ ନେଇ ଉଭୟ ପକ୍ଷ ବହୁ ଥର ମୁହାଁମୁହିଁ ବି ହୋଇଥିଲେ। ମାତ୍ର ଆଜି ସକାଳେ ଘଟଣା ବିସ୍ଫୋରଣର ରୂପ ନେଲା। ସେକ ଗୁଲାଲଙ୍କ ପରିବାର ଉପରେ ସେକ ଭେକୋଦ୍ଦିନଙ୍କ ପରିବାର ସଦସ୍ୟ ଅତର୍କିତ ଭାବେ ଠେଙ୍ଗା ବାଡ଼ିରେ ଆକ୍ରମଣ କଲେ। ଏଥିରେ ୨ ମହିଳାଙ୍କ ସମେତ ୫ ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର କରି ପ୍ରଥମେ ସୋର ମେଡିକାଲରେ ଭତ୍ତିଆ କରାଯାଇଥିଲା। ମାତ୍ର ଅବସ୍ଥା ସଙ୍କଟାପନ୍ନ ହେବାରୁ ସେମାନଙ୍କୁ ବାଲେଶ୍ୱର ଜିଲ୍ଲା ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ସେଠାରେ ସେମାନଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ବେଳେ ଜୀବନମରଣ ସହ ସଂଘର୍ଷ କରୁଥିବା ଜଣାଯାଇଛି। ସୂଚନା ପାଇ ପୁଲିସ୍‌ ବେଲପୁର ଗାଁରେ ପହଞ୍ଚି ତଦନ୍ତ ଆରମ୍ଭ କରି ୪ ଜଣଙ୍କ ବାନ୍ଧିଛି। ତେବେ ଏଥିରେ ସମ୍ପୃକ୍ତ ଥିବା ଆହୁରି ୫ ଜଣ ଫେରାର ହୋଇ ଯାଇଛନ୍ତି। ସେମାନଙ୍କୁ ଖୋଜି ବାହାର କରିବାକୁ ପୁଲିସ୍‌ ବିଭିନ୍ନ ସ୍ଥାନରେ ଚଢ଼ାଉ କରୁଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!