Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୂର୍ବତନ ଯନ୍ତ୍ରୀଙ୍କ ଘରୁ ମିଳିଲେ ସୁନାର ଠାକୁର , ପୁଳାପୁଳା ସୁନା, ରୂପା ,ହୀରା ହାର

by ସଞ୍ଜୟ ସ୍ୱାଇଁ
August 12, 2024
in Crime, State
ପୂର୍ବତନ ଯନ୍ତ୍ରୀଙ୍କ ଘରୁ ମିଳିଲେ ସୁନାର ଠାକୁର , ପୁଳାପୁଳା ସୁନା, ରୂପା ,ହୀରା ହାର
479
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ପୂର୍ବତନ ମୁଖ୍ୟ ଯନ୍ତ୍ରୀଙ୍କ ୯ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ। ପୂର୍ବତନ ମୁଖ୍ୟ ଯନ୍ତ୍ରୀ ତାରା ପ୍ରସାଦ ମିଶ୍ରଙ୍କ ନାଁରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ ହୋଇଥିଲା । ଏହାପରେ ସ୍ୱତନ୍ତ୍ର ବିଚାରପତିଙ୍କ ଦ୍ୱାରା ଜାରି ହୋଇଥିବା ସର୍ଚ୍ଚ ୱାରେଣ୍ଟ ଆଧାରରେ ଭିଜିଲାନ୍ସ ରେଡ୍ କରିଛି । ଏହି ଚଢାଉରେ ୧୨ ଜଣ ଡିଏସପି, ୧୨ ଜଣ ଇନ୍ସପେକ୍ଟର, ୧୬ ଜଣ ଏଏସ୍ଆଇ ଓ ଅନ୍ୟାନ୍ୟ ସହାୟକ କର୍ମଚାରୀ ସାମିଲ ଅଛନ୍ତି । ଭୁବନେଶ୍ୱର, କଟକ ଓ ଝାରସୁଗୁଡ଼ାର ୯ଟି ସ୍ଥାନରେ ଭିଜିଲାନ୍ସ ଚଢାଉ କରିଛି। ରାଜଧାନୀ ଭୁବନେଶ୍ୱରର ନୟାପଲ୍ଲୀ ଏବଂ ଖଣ୍ଡଗିରିରେ ମୋଟ୍ ୪ଟି ସ୍ଥାନରେ, ଝାରସୁଗୁଡା ଆସିଆନା ଆପାର୍ଟମେଣ୍ଟର ୩ଟି ଫ୍ଲାଟ ଏବଂ କଟକ ଆଠଗଡ ସ୍ଥିତ ପୈତୃକ ଘର ଏବଂ ତିଗିରିଆରେ ସଂପର୍କୀୟଙ୍କ ଘରେ ରେଡ୍ ଚାଲିଛି । ଏହାସହ ଯନ୍ତ୍ରୀଙ୍କ ଘରୁ ବାହାରିଛି ପୁଳା ପୁଳା ସୁନା, ରୂପା, ହୀରା ହାର, ରୂପା ବାସନ ଓ ସୁନାର ଠାକୁର ମୂର୍ତ୍ତି । ଆହୁରି ବି ଗଣାଚାଲିଛି । ଭୁବନେଶ୍ୱରର ୪ଟି ସ୍ଥାନରେ ଚଢଉ ହେଉଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!