Tuesday, September 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆସିଲା କେନ୍ଦ୍ର ସରକାରଙ୍କ ଅନଲକ୍‌-୫ ଗାଇଡ୍ ଲାଇନ୍

by Anil Panda
October 1, 2020
in Breaking, NATIONAL NEWS
ଆସିଲା କେନ୍ଦ୍ର ସରକାରଙ୍କ ଅନଲକ୍‌-୫ ଗାଇଡ୍ ଲାଇନ୍
551
VIEWS
Share on FacebookShare on Twitter

ଦିଲ୍ଲୀ, (ବାଘୁଆବାର୍ତ୍ତା): କେନ୍ଦ୍ର ସରକାର କରୋନା ମହାମାରୀ ପାଇଁ ଅନ୍‌ଲକ୍ ୫ ଲାଗୁ କରିଛନ୍ତି । ଏଥିପାଇଁ କେତେକ ନୂଆ ନିୟମ ପ୍ରଣୟନ କରିବା ସହ କେତେକ କଟକଣାକୁ କୋହଳ କରିଛନ୍ତି । ଅନେକ ରାଜ୍ୟରେ କରୋନା ମହାମାରୀ ଏବେବି କାୟା ବିସ୍ତାରି ଚାଲିଥିବା ବେଳେ ସେ ସବୁକୁ ମଧ୍ୟ ଦୃଷ୍ଟି ଦେଇଛନ୍ତି । ଏସବୁ ନିୟମ ଗୁଡ଼ିକ ମଧ୍ୟରେ ରହିଛି…

୧ – କେନ୍ଦ୍ର ସରକାର ଅକ୍ଟୋବର ୧୫ରୁ ସିନେମା ହଲ୍ ଓ ମଲ୍‌ଟିପ୍ଲେକ୍ସ ଖୋଲିବାକୁ ଅନୁମତି ଦେଇଛନ୍ତି। ଏହା ସହିତ କ୍ରୀଡାବିତ୍‌ଙ୍କ ପାଇଁ ସ୍ଵିମିଂ ପୁଲ ମଧ୍ୟ ଖୋଲାଯିବ।
୨ – ଅନଲକ-୫ରେ ମନୋରଞ୍ଜନ ପାର୍କ ଖୋଲିବାକୁ ମଞ୍ଜୁରୀ ମିଳିଛି।
୩ – କେନ୍ଦ୍ର ସରକାର ସ୍କୁଲ ଓ କୋଚିଂ ସେଣ୍ଟର ଖୋଲିବା ନିଷ୍ପତ୍ତି ରାଜ୍ୟ ସରକାରଙ୍କ ଉପରେ ଛାଡିଛନ୍ତି। ଅକ୍ଟୋବର ୧୫ ପରେ ରାଜ୍ୟ ସରକାର ଏହି ସଂଦର୍ଭରେ ନିଷ୍ପତ୍ତି ନେଇ ପାରିବେ। ଏନେଇ ଅଭିଭାବକଙ୍କ ସହମତି ଜରୁରୀ।
୪ – ସାମାଜିକ, ଶିକ୍ଷାନୁଷ୍ଠାନ, କ୍ରୀଡା, ମନୋରଞ୍ଜନ, ସାଂସ୍କୃତିକ, ଧାର୍ମିକ, ରାଜନୈତିକ ଓ ଅନ୍ୟ କାର୍ଯ୍ୟକ୍ରମରେ କେବଳ ୧୦୦ ଲୋକଙ୍କୁ ସାମିଲ କରିବାକୁ ଅନୁମତି ମିଳିବ। କଣ୍ଟେନମେଣ୍ଟ ଜୋନ୍‌ରେ ରହୁଥିବା ଲୋକଙ୍କୁ କାର୍ଯ୍ୟକ୍ରମରେ ସାମିଲ ହେବା ମନା।
୫ – ବିଜନେସ୍ ଟୁ ବିଜନେସ୍ ଏଗଜିବିସନକୁ ଗୃହ ମନ୍ତ୍ରଣାଳୟ ଗାଇଡ୍‌ଲାଇନ୍‌ ସହିତ ଅନୁମତି ଦେଇଛନ୍ତି।
୬ – ଅନଲକ୍‌-୫ରେ ମଧ୍ୟ କଣ୍ଟେନମେଣ୍ଟ ଜୋନ୍‌ରେ ଲକ୍‌ଡାଉନ୍‌ କଡାକଡି ଜାରି ରହିବ।
୭ – ମହାରାଷ୍ଟ୍ରରେ କରୋନାର ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟରେ ଲକ୍‌ଡାଉନ୍‌ ଅକ୍ଟୋବର ୩୧ ପର୍ଯ୍ୟନ୍ତ ବଢା ଯାଇଛି। କିନ୍ତୁ ଅକ୍ଟୋବର ୫ରୁ ହୋଟେଲ୍, ରେସ୍ତୋରାଁ, ଫୁଡ୍ ପାର୍କ ଓ ବାର୍‌ ୫୦ ପ୍ରତିଶତ ବସିବା କ୍ଷମତା ସହିତ ଖୋଲାଯାଇ ପାରିବ।
୮ – ଉଚ୍ଚ ଶିକ୍ଷାନୁଷ୍ଠାନରେ କେବଳ ପିଏଚଡି ଓ ବିଜ୍ଞାନ ଓ ଅଦୌଗିକି ବିଷୟରେ ସ୍ନାତକୋତ୍ତର ବିଦ୍ୟାର୍ଥୀଙ୍କ ପାଇଁ ପ୍ରୟୋଗଶାଳା ଓ ଗବେଷଣାତ୍ମକ କାମକୁ ଅନୁମତି ମିଳିବ। ଏସବୁ ଅକ୍ଟୋବର ୧୫ରୁ ଖୋଲିବାକୁ ଅନୁମତି ଦିଆଯାଇଛି।
୯ – କେନ୍ଦ୍ର ସରକାରଙ୍କ ତରଫରୁ ଅନଲକ୍‌-୫ରେ ସ୍ଵିମିଂ ପୁଲ୍ ସାଧାରଣ ଜନତାଙ୍କ ପାଇଁ ଅନୁମତି ନାହିଁ।
୧୦ – ଅନ୍ତରାଷ୍ଟ୍ରୀୟ ବିମାନ ଉଡାଣ ଉପରେ ପୂର୍ବବତ୍ତ କଟକଣା ଜାରି ରହିବ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!