ନୟାଗଡ଼, (ବାଘୁଆବାର୍ତ୍ତା): ଆଜି ନୟାଗଡ଼ ଜିଲ୍ଲାରେ ଯୋଗଦାନ କରିଛନ୍ତି ନୂତନ ଜିଲ୍ଲାପାଳ ଅକ୍ଷୟ ସୁନିଲ ଅଗ୍ରୱାଲ । ସେ ପୂର୍ବରୁ ସମ୍ବଲପୁରର ଜିଲ୍ଲାପାଳ ଭାବେ କାର୍ଯ୍ୟରତ ଥିଲେ । ରାଜ୍ୟ ସରକାର ତାଙ୍କୁ ନୟାଗଡ଼ ଜିଲ୍ଲାପାଳ ଭାବେ ଦାୟିତ୍ୱ ପ୍ରଦାନ କରିଛନ୍ତି ।
ଏଠାରେ ପୂର୍ବରୁ କାର୍ଯ୍ୟରତ ଜିଲ୍ଲାପାଳ ସ୍ୱଧାଦେବ ସିଂଙ୍କର ରାଜ୍ୟ ସରକାରଙ୍କ ପଞ୍ଚାୟତ ରାଜ ଓ ପାନୀୟ ଜଳ ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି ହୋଇଛି । ଜିଲ୍ଲାପାଳ ଯୋଗଦେବା ପରେ ବିଭିନ୍ନ ମହଲରୁ ସ୍ୱଗାତ କରାଯାଇଛି । ଅତିରିକ୍ତ ଜିଲ୍ଲାପାଳ ଦିଲ୍ଲୀପ କୁମାର ବଳ, ରୋଜିନା ଦାସ, ଉପ ଜିଲ୍ଲାପାଳ କର୍ଣ୍ଣଦେବ ସମାଦାର ଓ ବିଭିନ୍ନ ବିଭାଗର ଅଧିକାରୀ ମାନେ ନୂତନ ଜିଲ୍ଲାପାଳଙ୍କୁ ସ୍ୱାଗତ କରିଛନ୍ତି ।






