Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅଙ୍ଗନାବାଡିଙ୍କ ଠାରୁ ଲାଞ୍ଚ ନେଉଥିଲେ ଆଇସିଡିଏସ୍ ସୁପରଭାଇଜର, ବାନ୍ଧିଲା ଭିଜିଲାନ୍ସ

by ସଞ୍ଜୟ ସ୍ୱାଇଁ
August 16, 2024
in Crime, State
ଅଙ୍ଗନାବାଡିଙ୍କ ଠାରୁ ଲାଞ୍ଚ ନେଉଥିଲେ ଆଇସିଡିଏସ୍ ସୁପରଭାଇଜର, ବାନ୍ଧିଲା ଭିଜିଲାନ୍ସ
115
VIEWS
Share on FacebookShare on Twitter

କନ୍ଧମାଳ, (ବାଘୁଆବାର୍ତ୍ତା): ଲାଞ୍ଚ ନେଇ ଗିରଫ ହୋଇଛନ୍ତି କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଆଇସିଡିଏସ୍ ସୁପରଭାଇଜର ଶୈଳବାଳା ସାହୁ। ଜଣେ ଅଙ୍ଗନବାଡି କର୍ମୀଙ୍କ ଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ତାଙ୍କୁ ଫୁଲବାଣୀ ଭିଜିଲାନ୍ସ ଟିମ୍ ଗିରଫ କରିଛି। ତାଙ୍କଠାରୁ ସମସ୍ତ ଲାଞ୍ଚ ଟଙ୍କା ଜବତ କରାଯାଇଛି। ଫୁଲବାଣୀ ଭିଜିଲାନ୍ସ ଡିଏସ୍‌ପି ହେମନ୍ତ କୁମାର ମହାନ୍ତି ଦେଇଥିବା ସୂଚନା ଅନୁସାରେ, ସଲାଗୁଡ଼ା ପଞ୍ଚାୟତର ମୁର୍ଜା ଗ୍ରାମ ସ୍ଥିତ ମିନି ଅଙ୍ଗନବାଡି କେନ୍ଦ୍ରକୁ ଅତିରିକ୍ତ ଅଙ୍ଗନବାଡ଼ି କେନ୍ଦ୍ରରେ ପରିଣତ କରିଥିବା ଦର୍ଶାଇ ଅଙ୍ଗନବାଡି କର୍ମୀ ପ୍ରେମଶିଳା କହଁରଙ୍କୁ ୧୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ ଶୈଳବାଳା ସାହୁ। ପୂର୍ବରୁ ସେ ୫ ହଜାର ଟଙ୍କା ନେଇଥିବା ବେଳେ ଆଜି ଆଉ ୫ ହଜାର ଟଙ୍କା ନେଉଥିବା ବେଳେ ଧରାପଡ଼ିଥିଲେ। ଆଇସିଡିଏସ୍ ସୁପରଭାଇଜର ଶୈଳବାଳା ସାହୁ ଲାଞ୍ଚ ମାଗିଥିବା ନେଇ ଅଙ୍ଗନବାଡି କର୍ମୀ ସଲାଗୁଡ଼ା ସରପଞ୍ଚ ରୋହିତ କହଁରଙ୍କୁ ଜଣାଇଥିଲେ। ଏହା ପରେ ସରପଞ୍ଚ ଏ ସଂପର୍କରେ ଫୁଲବାଣୀ ଭିଜିଲାନ୍ସ ଅଧିକାରୀଙ୍କୁ ଜଣାଇଥିଲେ। ଯୋଜନା ଅନୁସାରେ ଅଙ୍ଗନବାଡି କର୍ମୀ ପ୍ରେମଶିଳା କହଁର ଆଜି ସମ୍ପୃକ୍ତ ଆଇସିଡିଏସ୍‌ ସୁପରଭାଇଜର ଶୈଳବାଳା ସାହୁଙ୍କୁ ୫ ହଜାର ଟଙ୍କା ଦେଇଥିଲେ। ଠିକ୍ ସେହି ସମୟରେ ପୂର୍ବରୁ ପ୍ରସ୍ତୁତ ହୋଇ ରହିଥିବା ଭିଜିଲାନ୍ସ ଟିମ୍‌ ଶୈଳବାଳାଙ୍କୁ ଧରିବା ସହିତ ତାଙ୍କଠାରୁ ଲାଞ୍ଚ ଅର୍ଥ ଜବତ କରିଥିଲେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!