Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜୁ ମଣ୍ଡଳକୁ ନେଇ ରାଞ୍ଚି ଯାଉଛି ସ୍ପେଶାଲ ସ୍କ୍ୱାଡ଼ ଓ ଲକ୍ଷ୍ମୀସାଗର ଥାନା ପୋଲିସ

by ସଞ୍ଜୟ ସ୍ୱାଇଁ
August 20, 2024
in Crime, State
ରାଜୁ ମଣ୍ଡଳକୁ ନେଇ ରାଞ୍ଚି ଯାଉଛି ସ୍ପେଶାଲ ସ୍କ୍ୱାଡ଼ ଓ ଲକ୍ଷ୍ମୀସାଗର ଥାନା ପୋଲିସ
79
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଆଉ କିଛି ସମୟ ପରେ ଝାଡ଼ଖଣ୍ଡ ର ରାଞ୍ଚି ରୁ ଠାବ ହେବ ସିମ ବକ୍ସ । ତୃତୀୟ ଦିନ ରିମାଣ୍ଡ ବେଳେ ଗିରଫ ଅଭିଯୁକ୍ତ ରାଜୁ ମଣ୍ଡଳକୁ ନେଇ ରାଞ୍ଚି ଯାଉଛି ସ୍ପେଶାଲ ସ୍କ୍ୱାଡ଼ ଓ ଲକ୍ଷ୍ମୀସାଗର ଥାନା ପୋଲିସ । ପ୍ରଥମେ ମଙ୍ଗରାଜ ପଏଣ୍ଟ ଓ ପରେ ମଧୁପାଟଣା ପରେ ଏବେ ପୁଣି ସୁଦୂର ରାଞ୍ଚି ରୁ ମିଳିବାକୁ ଯାଉଛି ସିମ ବକ୍ସ ଅଡ୍ଡା । କେବଳ ସେତିକି ନୁହେଁ ସ୍ଲିପର ସେଲ ଭାବେ କାମ କରୁଥିବା ରାଜୁ ର ମାଷ୍ଟରମାଇଣ୍ଡ ଥିବା ଆସାଦୁର ଜମାନ କଟକ ରୋଡରେ ରହୁଥିବା ଲିଙ୍ଗରାଜ ହୋଟେଲ ବିରୋଧରେ ଖୁବଶୀଘ୍ର କାର୍ଯ୍ୟାନୁଷ୍ଠାନ ନେବ କମିଶନରେଟ ପୋଲିସ । କାରଣ ଜଣେ ବିଦେଶୀ ଭାବେ ଆସାଦୁର ସେହି ହୋଟେଲରେ ରହୁଥିଲେ ସୁଦ୍ଧା ଫର୍ମ ସି ପୂରଣ କରିନଥିଲା ହୋଟେଲ । ଯାହାଫଳରେ ପୁରା ସିଣ୍ଡିକେଟ ଜାଣିବାରେ ବିଫଳ ହୋଇଥିଲା ପୋଲିସ । ଟୁଇନ ସିଟିରୁ ଏପର୍ଯ୍ୟନ୍ତ ମୋଟ ୧୨ ଟି ସିମବକ୍ସ ମିଳିଛି । ସିମବକ୍ସ ହଇଚଇ ଭିତରେ ପୂର୍ବରୁ ସାମ୍ନାକୁ ଆସିଛି ଚାଞ୍ଚଲ୍ଯକର ତଥ୍ଯ । କଟକକୁ ଆସିଥିଲା ବଂଲାଦେଶର ଅସଦୁର ଜମାନ । ଅସଦୁର ହିଁ କଟକର ଭଡ଼ାଘରେ ଖଞ୍ଜିଥିଲା ସିମବକ୍ସ । ୨୦୨୩ ଡିସେମ୍ବରରୁ ରାଜୁ ମଣ୍ଡଳ କଟକ ମଧୁପାଟଣା ଥାନା ଅନ୍ତର୍ଗତ ରାଜେନ୍ଦ୍ର ନଗରରେ ଏକ ଭଡା ଘର ନେଇଥିଲା । ଲୁଗା ବ୍ୟବସାୟ କରିବାକୁ କହି ଘର ଭଡ଼ା ନେଇଥିଲା ରାଜୁ । ମାସିକ ଆଠ ହଜାର ଟଙ୍କା ଫୋନ୍ ପେରେ ଘର ଭଡ଼ା ଦେଉଥିଲା । ଡିସେମ୍ବରରେ ବାଂଲାଦେଶର ୩୦ ବର୍ଷୀୟ ଅସଦୁର ଜମାନ କଟକ ଆସିଥିଲା । ଏହି ଭଡ଼ା ଘରେ ସେ ସିମବକ୍ସ ଖଞ୍ଜିଥିବା ବେଳେ ରାଜୁ ଏହାର ରକ୍ଷଣାବେକ୍ଷଣ କରୁଥିଲା । ଅସଦୁର ଭାରତକୁ ଭିସା କରି ଓଡ଼ିଶା ଆସିଥିଲା । ଏହାର ବୈଧତା ଆସନ୍ତା ଅକ୍ଟୋବର ୨୪ ତାରିଖ ପର୍ଯ୍ୟନ୍ତ ରହିଥିଲା । ଗତବର୍ଷ ଅକ୍ଟୋବର ୨୧ ତାରିଖରେ ଅଗରତାଲା ଦେଇ ଭାରତ ଆସି ଡିସେମ୍ବର ୨୪ ତାରିଖରେ ପୁଣି ବଂଲାଦେଶ ଫେରିଥିଲା । ରାଜେନ୍ଦ୍ର ନଗର ଘରୁ ୫ଟି ସିମବକ୍ସ ସହ ୪୦ଟି ସିମ କ୍ଯାରିୟର, ଗୋଟିଏ ମୋଡେମ ଏବଂ ୨୩୬ଟି ଆକ୍ଟିଭ୍ ସିମ୍ ସମେତ ମୋଟ ୫୪୬ଟି ସିମ୍ ଜବତ ହୋଇଛି । କୋଡ଼ୱାର୍ଡରେ ଚାଲିଥିଲା ସିମବକ୍ସ କାରବାର । ରାଜୁ ମଣ୍ଡଳକୁ ଗିରଫ କରି ୫ ଦିନିଆ ରିମାଣ୍ଡରେ ନେବା ପରେ ଏଭଳି ବଡ଼ ଖୁଲାସା କରିଛି କମିଶନରେଟ ପୋଲିସ । ସାଇଣ୍ଟିଫିକ ଟିମ ମେସିନ ଗୁଡିକୁ ସିଜ କରିବା ସହ ଆରମ୍ଭ କରିଛି ଛାନଭିନ । ରାଜୁଠାରୁ ମିଳିଥିବା ଇନପୁଟ ମୁତାବକ ବାଂଲାଦେଶ, ପାକିସ୍ତାନ ସହ ଚାଇନାକୁ ଏହି ସିମବକ୍ସ ଦ୍ୱାରା କରାଯାଉଥିଲା କଲ । ଲିକ କରାଯାଉଥିଲା ଗୁରୁତ୍ୱପୂର୍ଣ୍ଣ ଡାଟା ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!