Sunday, June 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବୁଧବାର ଓଡ଼ିଶା ଆସିବେ ଅଲିମ୍ପିକ୍ସ ପଦକ ବିଜେତା ହକି ଟିମ

by ସଞ୍ଜୟ ସ୍ୱାଇଁ
August 20, 2024
in Sports, State
ବୁଧବାର ଓଡ଼ିଶା ଆସିବେ ଅଲିମ୍ପିକ୍ସ ପଦକ ବିଜେତା ହକି ଟିମ
36
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ଜିତିଥିବା ଭାରତୀୟ ପୁରୁଷ ହକି ଟିମ୍‌ ବୁଧବାର ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି। ଭାରତୀୟ ହକି ଦଳ ଆସିବା ନେଇ କ୍ରୀଡା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସୂଚନା ଦେଇଛନ୍ତି। ଦିନ ସାଢ଼େ ୧୨ଟାରେ ବିମାନ ବନ୍ଦରରେ ପହଞ୍ଚିବେ ଭାରତୀୟ ହକି ଟିମ। ପରେ ଏୟାରପୋର୍ଟରୁ କଳିଙ୍ଗ ଷ୍ଟାଡ଼ିୟମ ଯାଏଁ ଶୋଭାଯାତ୍ରା ଆୟୋଜନ କରାଯାଇଛି। କଳିଙ୍ଗ ଷ୍ଟାଡ଼ିୟମରେ ଭାରତୀୟ ଟିମ୍‌କୁ ସମ୍ବର୍ଦ୍ଧନା ଓ ଘୋଷିତ ପୁରସ୍କାର ରାଶି ଦିଆଯିବ। ବ୍ରୋଞ୍ଜ ବିଜେତା ଭାରତୀୟ ହକି ଦଳ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପୁରସ୍କାର ଘୋଷଣା କରିଥିଲେ। ପ୍ରତ୍ୟେକ ଖେଳାଳିଙ୍କୁ ୧୫ ଲକ୍ଷ ଓ ସପୋର୍ଟ ଷ୍ଟାଫଙ୍କୁ ୧୦ ଲକ୍ଷ ମିଳିବ କୁହାଯାଇଥିଲା। ଓଡ଼ିଆ ଖେଳାଳି ଅମିତ ରୋହିଦାସଙ୍କୁ ସ୍ବତନ୍ତ୍ର ଭାବେ ୪ କୋଟି ମିଳିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ। ଅମିତଙ୍କୁ ଏହା ପୂର୍ବରୁ ପ୍ରଦାନ କରାଯାଇଛି। ସୂଚନାଯୋଗ୍ୟ, ଭାରତୀୟ ପୁରୁଷ ହକି ଦଳ ପ୍ୟାରିସ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ଜିତି ଏହାର ସମୃଦ୍ଧ ଇତିହାସ ପୃଷ୍ଠାରେ ଏକ ନୂଆ ଫର୍ଦ୍ଦ ସଂଯୋଗ କରିଛି। ଟୋକିଓ ପରେ ପ୍ୟାରିସରେ ଅର୍ଥାତ୍ କ୍ରମାଗତ ୨ଟି ଅଲିମ୍ପିକ୍ସରେ ବ୍ରୋଞ୍ଜ ଜିତି ଭାରତୀୟ ଦଳ ୫୨ ବର୍ଷର ପୁରୁଣା ସ୍ମୃତିକୁ ତାଜା କରିଛି। ୮ ଥର ସ୍ବର୍ଣ୍ଣ ପଦକ ବିଜେତା ଭାରତ ଏହା ପୂର୍ବରୁ ଶେଷଥର ପାଇଁ ୧୯୬୮ ଓ ୧୯୭୨ କ୍ରମାଗତ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ଜିତିଥିଲା। ଏହାପରେ ଥରେ ସ୍ବର୍ଣ୍ଣ ପଦକ ମଧ୍ୟ ଜିତିଛି ଟିମ ଇଣ୍ଡିଆ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!