Saturday, June 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

+୨ ପରୀକ୍ଷା ପାଇଁ ବଦଳିଲା ପ୍ରଶ୍ନପତ୍ର ଢାଞ୍ଚା

by ସଞ୍ଜୟ ସ୍ୱାଇଁ
August 20, 2024
in Education, State
ପରୀକ୍ଷାର୍ଥୀଙ୍କ ଦାବିକୁ ମାନିଲେ କେନ୍ଦ୍ର ସରକାର
488
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଯୁକ୍ତ୨ ପରୀକ୍ଷା ପାଇଁ କୋଶ୍ଚିନ ପାର୍ଟନକୁ ବଦଳାଯାଇଛି। କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷା ପ୍ରଶ୍ନପତ୍ର ଢାଞ୍ଚା ବଦଳିଛି। ଆସନ୍ତା ବର୍ଷ ଅର୍ଥାତ୍‌ ୨୦୨୫ରୁ ଏହା ଲାଗୁ କରାଯିବ। ନୂଆ ପଶ୍ନପତ୍ର କିଭଳି ରହିବ ଏବଂ ମାର୍କ କିପରି ଦିଆଯିବ ସେ ନେଇ ମଙ୍ଗଳବାର ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଗତ ଜୁନ୍‌ ୨୮ତାରିଖରେ ପରିଷଦର ବୈଠକ ଏହି ନିଷ୍ପତ୍ତି ନିଆଯାଇଥିବା ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି। ବିଜ୍ଞପ୍ତି ଅନୁସାରେ, ୨୦୨୫ରେ ଯୁକ୍ତ୨ ବାର୍ଷିକ ପରୀକ୍ଷା ଦେବାକୁ ଥିବା ରେଗୁଲାର ଛାତ୍ରୀଛାତ୍ର(୨୦୨୩ରେ ନାମଲେଖାଇଥିବା ଛାତ୍ରାଛାତ୍ର)ଙ୍କ ପାଇଁ ଏହି ନୂତନ ପ୍ରଶ୍ନପତ୍ର ଢାଞ୍ଚା ଲାଗୁ ହେବ। ପ୍ରକ୍ଟିକାଲ ଥିବା ବିଷୟଗୁଡ଼ିରେ ଛାତ୍ରୀଛାତ୍ରଙ୍କୁ ୭୦ମାର୍କର ଥିଓରୀ ଏବଂ ୩୦ ମାର୍କର ପ୍ରାକ୍ଟିକାଲ ଦେବାକୁ ପଡ଼ିବ। ପ୍ରୋଜେକ୍ଟ କମ୍ପୋନେଣ୍ଟ ଥିବା ବିଷୟରେ ୮୦ ମାର୍କ ଥିସରୀ ଏବଂ ୨୦ ମାର୍କର ପ୍ରୋଜେକ୍ଟ ଦେବାକୁ ପଡ଼ିବ। ତେବେ ଇଣ୍ଟିଗ୍ରେଟେଡ ଧନ୍ଦାମୂଳକ ବିଷୟରେ ୫୦ମାର୍କର ଥିଓରୀ ଓ ୫୦ମାର୍କର ପ୍ରାକ୍ଟିକାଲ ଏବଂ ଭୋକେସନାଲ ଟ୍ରେଡ୍‌ ବିଷୟରେ ୪୦ ମାର୍କର ଥିଓରୀ ଓ ୬୦ମାର୍କର ପ୍ରକ୍ଟିକାଲ ଦେବାକୁ ପଡ଼ିବ। ତେବେ ନନ୍‌ପ୍ରାକ୍ଟିକାଲ ବିଷୟଗୁଡ଼ିକରେ ୮୦ମାର୍କର ଥିଓରୀ ଏବଂ ୨୦ମାର୍କର ଇଣ୍ଟରନାଲ ପରୀକ୍ଷାରୁ ଦିଆଯିବ। ପ୍ରୋଜେକ୍ଟ ନ ଥିବା ବିଷୟଗୁଡ଼ିକରେ ୪୦ମାର୍କର ଥିଓରୀ ଏବଂ ୧୦ମାର୍କ ଇଣ୍ଟରନାଲ ପରୀକ୍ଷାରୁ ଦିଆଯିବ। ପ୍ରାକ୍ଟିକାଲ/ପ୍ରୋଜେକ୍ଟ ନ ଥିବା ବିଷୟଗୁଡ଼ିକରେ ଛାତ୍ରୀଛାତ୍ରଙ୍କୁ ପାସ୍‌ ହେବା ପାଇଁ ମୋଟ ୮୦ମାର୍କରୁ ୨୪ ମାର୍କ ଅର୍ଥାତ୍‌ ୩୦% ରଖିବାକୁ ପଡ଼ିବ। ସେହିଭଳି ୨୦୨୨ରେ ନାମଲେଖାଇଥିବା ଏକ୍ସରେଗୁଲାର ଛାତ୍ରୀଛାତ୍ରଙ୍କର କିଭଳି ମାର୍କ ଦିଆଯିବ ସେ ନେଇ ମଧ୍ୟ ଉକ୍ତ ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!