Saturday, June 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୨୦୨୫ ଫେବ୍ରୁଆରି ୧୫ ତାରିଖରୁ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା, ଡିସେମ୍ବର ୨୬ରୁ ପ୍ରାକ୍ଟିକାଲ

by ସଞ୍ଜୟ ସ୍ୱାଇଁ
August 21, 2024
in Education, State
୨୦୨୫ ଫେବ୍ରୁଆରି ୧୫ ତାରିଖରୁ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା, ଡିସେମ୍ବର ୨୬ରୁ ପ୍ରାକ୍ଟିକାଲ
127
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ୨୦୨୫ ଫେବ୍ରୁଆରି ୧୫ ତାରିଖରୁ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା। ଏନେଇ ସୂଚନା ଦେଇଛନ୍ତି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ପରୀକ୍ଷା ନିୟନ୍ତ୍ରକ ପ୍ରଶାନ୍ତ କୁମାର ପରିଡ଼ା। ପ୍ରାକ୍ଟିକାଲ ପରୀକ୍ଷା ଏବଂ ଇଣ୍ଟରନାଲ ପରୀକ୍ଷା ଆସନ୍ତା ଡିସେମ୍ବର ୨୬ ତାରିଖରୁ ଜାନୁଆରୀ ୧୫ ମଧ୍ୟରେ ତାରିଖ ମଧ୍ୟରେ ଶେଷ ହେବ ବୋଲି ସେ କହିଛନ୍ତି। ଏଣେ ୨୦୨୫ରେ ଯୁକ୍ତ୨ ପରୀକ୍ଷା ଦେବାକୁ ଥିବା ଛାତ୍ରଛାତ୍ରୀଙ୍କ ପାଇଁ ପ୍ରଶ୍ନପତ୍ର ଢାଞ୍ଚା ବଦଳିଛି। ଏଣିକି ବାର୍ଷିକ ପରୀକ୍ଷାରେ ଆଉ ୧୦୦ ନୁହେଁ, ବରଂ ପରୀକ୍ଷାର୍ଥୀଙ୍କୁ ୮୦ ମାର୍କର ଥିଓରି ପରୀକ୍ଷା ଦେବାକୁ ପଡ଼ିବ। ସେଥିରୁ ୨୪ ମାର୍କ ରଖିଲେ ଜଣେ ପରୀକ୍ଷାର୍ଥୀ ପାସ୍‌ କରିବେ। ନ ହେଲେ ଫେଲ୍‌ ବୋଲି ବିବେଚନା କରାଯିବ। ବାକି ୨୦ ମାର୍କ ଇଣ୍ଟରନାଲ୍‌ ପରୀକ୍ଷା ହେବ। ସେଥିରେ ପରୀକ୍ଷାର୍ଥୀ ଯେତିକି ମାର୍କ ରଖିବେ ତାହାକୁ ମୋଟ ମାର୍କ ସହ ସଂଯୋଗ କରାଯିବ। ହେଲେ ଥିଓରି ମାର୍କ ସହ ମିଶ୍ରଣ କରାଯାଇ ପାସ୍‌ ବୋଲି ଗଣାଯିବ ନାହିଁ। ଉଦାହରଣ ସ୍ବରୂପ ଇଂରାଜୀ, ଇତିହାସ, ରାଜନୀତି ବିଜ୍ଞାନ ବିଷୟରେ ମୋଟ ୮୦ ମାର୍କର ପରୀକ୍ଷା ହେବ। ସେଥିରୁ ପରୀକ୍ଷାର୍ଥୀ ୨୪ ମାର୍କ ଅର୍ଥାତ୍‌ ୩୦% ମାର୍କ ରଖିଲେ ହିଁ ଉତ୍ତୀର୍ଣ୍ଣ ହେବେ। ଯଦି ଜଣେ ପରୀକ୍ଷାର୍ଥୀ ଇଣ୍ଟରନାଲ୍‌ ପରୀକ୍ଷାରେ ୨୦ରୁ ୧୮ ମାର୍କ ପାଇଥିବେ, ହେଲେ ଥିଓରି ପରୀକ୍ଷାରେ ୮୦ରୁ ୨୦ ମାର୍କ ରଖିବେ ତାହା ହେଲେ ତାଙ୍କୁ ଫେଲ୍‌ ବୋଲି ଘୋଷଣା କରାଯିବ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!