Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରେଞ୍ଜରଙ୍କ ଟଏଲେଟ୍ ଫ୍ଲସରୁ ବାହାରିଲା ବିଡ଼ାବିଡ଼ା ନୋଟ୍

by ସଞ୍ଜୟ ସ୍ୱାଇଁ
August 22, 2024
in Crime, State
ଭିଜିଲାନ୍ସ ଜାଲରେ ଢେଙ୍କାନାଳ ସଦର ରେଞ୍ଜର
146
VIEWS
Share on FacebookShare on Twitter

ଢେଙ୍କାନାଳ, (ବାଘୁଆବାର୍ତ୍ତା): ମହାଧୂର୍ତ୍ତ ଢେଙ୍କାନାଳ ସଦର ରେଞ୍ଜର ବିଭୁଦାନନ୍ଦ ମିଶ୍ର। ଭିଜିଲାନ୍ସ ଅଧିକାରୀଙ୍କୁ ଚକମା ଦେବା ପାଇଁ ଢେଙ୍କାନାଳ ସ୍ଥିତ ଘରେ ଥିବା ଟଏଲେଟ୍ ଫ୍ଲସରେ ଲୁଚାଇ ରଖିଥିଲେ ବିଡ଼ା ବିଡ଼ା ନୋଟ୍। ଭାବି ଥିଲେ ବାବୁଙ୍କର ଏହି ଚାଲାକି ଭିଜିଲାନ୍ସ ଅଧିକାରୀ ଜାଣିପାରିବେ ନାହିଁ। ବାବୁଙ୍କର ଏହି ଚାଲାକି କାମ ଦେଇନଥିଲା। ରେଞ୍ଜରଙ୍କ ଟଏଲେଟ୍ ଫ୍ଲସ ଟାଙ୍କିରୁ ୨ ବିଡ଼ା ଟଙ୍କା ଜବତ କରିଛନ୍ତି ଭିଜିଲାନ୍ସ ଅଧିକାରୀ। ସେହିପରି ଆଠଗଡ଼ରେ ତାଙ୍କର ୮ ଏକର ଜାଗାରେ ବିଳାସପୂର୍ଣ୍ଣ ବିରାଟ ଫାର୍ମ ହାଉସ ରହିଛି। ପାର୍କଠୁ ବଡ଼ ଏହି ଫାର୍ମ ହାଉସକୁ ଅତି ସୁନ୍ଦର ଭାବେ ସଜାଯାଇଛି। ଫାର୍ମ ହାଉସରେ ଅଛନ୍ତି ମୟୂର, ଠେକୁଆ, ଶୁଆ ଓ ବତକ ଭଳି ଅନେକ ଜୀବଜନ୍ତୁ। କେବଳ ସେତିକି ନୁହେଁ ମନୋରଂଜନ ପାଇଁ ମଧ୍ୟ ଫାର୍ମ ହାଉସରେ ବ୍ୟାପକ ବ୍ୟବସ୍ଥା କରିଛନ୍ତି ରେଞ୍ଜର ବାବୁ। ଫାର୍ମ ହାଉସ ମଝିରେ ରହିଛି ଭ୍ୟୁ ପଏଣ୍ଟ। ଥକା ମେଣ୍ଟାଇବାକୁ କିମ୍ବା ଝୁଲିବା ପାଇଁ ରହିଛି ବିଳାସପୂର୍ଣ୍ଣ ଦୋଳି। ସେହିପରି ପିଲାଙ୍କ ଖେଳିବା ପାଇଁ କେତେ କଣ ଉପକରଣ ରହିଛି। ଏହାଛଡ଼ା ମର୍ଣ୍ଣିଂୱାକ କରିବାକୁ ରାସ୍ତା ମଧ୍ୟ ରହିଛି। ସେହି ରାସ୍ତା କଡ଼ରେ ରହିଛି ସୁନ୍ଦର ସୁନ୍ଦର ମାର୍ବଲ ମୂର୍ତ୍ତି। ଚଢ଼ାଉ ବେଳେ ରେଞ୍ଜର ବାବୁଙ୍କ ଫାର୍ମ ହାଉସରେ ଏସବୁ ଜିନିଷ ଦେଖି ଚକିତ ହୋଇଛନ୍ତି ଭିଜିଲାନ୍ସ ଅଧିକାରୀ। ଆଜି ସକାଳେ ଆୟ ବର୍ହିଭୂତ ସମ୍ପତ୍ତ ଠୁଳ ଅଭିଯୋଗରେ ରେଞ୍ଜରଙ୍କ ଘରେ ଚଢ଼ାଉ କରିଥିଲା ଭିଜିଲାନ୍ସ। ବିଭୁଦାନନ୍ଦଙ୍କ ପୈତୃକ ଘର ସମେତ ୮ଟି ସ୍ଥାନରେ ଚଢ଼ାଉ କରିଥିଲା ଭିଜିଲାନ୍ସ। ରେଞ୍ଜର ବାବୁଙ୍କ ଢେଙ୍କାନାଳ ରତ୍ନବଜାରରେ ଥିବା ୩ ମହଲା ଘର, ବୀରକିଶୋରପୁରରେ ଥିବା ପୈତୃକ ଘର, ଢେଙ୍କାନାଳରେ ଥିବା ସଂପର୍କୀୟଙ୍କ ଘର, ଢେଙ୍କାନାଳ ଅଫିସ ଓ ଚ୍ୟାମ୍ବର, ଢେଙ୍କାନାଳର ସରକାରୀ କ୍ୱାର୍ଟର୍ସ ଓ ଭୁବନେଶ୍ୱର ଜିଜିପି କଲୋନୀରେ ଥିବା ଫ୍ଲାଟରେ ଚଢ଼ଉ କରିଥିଲା। ଏହି ଚଢ଼ଉରେ ୬ଜଣ ଡିଏସପି,ଜଣେ ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ, ୬ଜଣ ଇନ୍ସପେକ୍ଟର, ୬ଜଣ ଏସଏଆଇ ସମେତ ଅନ୍ୟ ଅଧିକାରୀ ସାମିଲ ହୋଇଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!