Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭାଣିଜୀକୁ ଦୁଷ୍କର୍ମ ପରେ ହତ୍ୟା କଲା ମାମୁଁ

by ସଞ୍ଜୟ ସ୍ୱାଇଁ
August 30, 2024
in Crime, State
ଭାଣିଜୀକୁ ଦୁଷ୍କର୍ମ ପରେ ହତ୍ୟା କଲା ମାମୁଁ
165
VIEWS
Share on FacebookShare on Twitter

ବାଲେଶ୍ୱର, (ବାଘୁଆବାର୍ତ୍ତା): କୋଲକତାରେ ଜଣେ ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାକୁ ନେଇ ଚାରିଆଡେ ପ୍ରତିବାଦ ଜାରି ରହିଥିବା ବେଳେ ବାଲେଶ୍ୱର ଜିଲ୍ଲାରେ ଘଟିଛି ଏକ ଲଜ୍ଜାଜନକ ଘଟଣା । ଏଠାରେ ସମ୍ପର୍କୀୟ ମାମୁର ଲୋଲୁପ ଦୃଷ୍ଟିର ଶିକାର ହୋଇଛି ଜଣେ ନାବାଳିକା। କଂସେଇ ମାମୁ ଭାଣିଜୀକୁ ଦୁଷ୍କର୍ମ କରିବା ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏନେଇ ପରିବାର ଲୋକେ ସମ୍ପର୍କୀୟ ମାମୁ ନାଁରେ ଥାନାରେ ଅଭିଯୋଗ କରିଛନ୍ତି। ବାଲେଶ୍ୱର ଜିଲ୍ଲା ରେମୁଣା ଥାନା ଅଞ୍ଚଳର ଏହି ନିନ୍ଦନୀୟ ଘଟଣା ଘଟିଛି। ପୁଲିସ ସମ୍ପର୍କୀୟ ମାମୁ ରବି ସିଂହକୁ ଅଟକ ରଖିଛି। ଅଭିଯୋଗ ଅନୁସାରେ, ରେମୁଣା ଅଞ୍ଚଳର ରହୁଥିବା ନାବାଳିକା ଜଣଙ୍କ ୩ ତଳେ ନିଖୋଜ ଥିଲେ। ପରିବାର ଲୋକେ ତାଙ୍କୁ ଖୋଜାଖୋଜି କରିଥିଲେ ମଧ୍ୟ ପାଇ ନଥିଲେ। ପରେ ରେମୁଣା ଥାନାରେ ଅଭିଯୋଗ କରିଥିଲେ। ଗତକାଲି ରେମୁଣା ଅଞ୍ଚଳର ଏକ ପରିତ୍ୟକ୍ତ ଘରୁ ଦୁର୍ଗନ୍ଧ ଆସିଥିଲା। ସ୍ଥାନୀୟ ଲୋକେ ଏନେଇ ପୁଲିସକୁ ଖବର ଦେଇଥିଲେ। ପୁଲିସ ପହଞ୍ଚି ନାବାଳିକାଙ୍କ ଗଳିତ ମୃତଦେହ ଉଦ୍ଧାର କରିଥିଲା। ଏଥିସହ ନାବାଳିକାଙ୍କ ପରିବାର ଲୋକଙ୍କୁ ଖବର ଦେଇଥିଲେ। ପରିବାର ଲୋକେ ପହଞ୍ଚି ଝିଅର ମୃତଦେହ ଛିହ୍ନଟ କରିଥିଲେ। ଅନ୍ୟପକ୍ଷରେ ନାବାଳିକାକୁ ସମ୍ପର୍କୀୟ ମାମୁ ରବି ସିଂହ ଦୁଷ୍କର୍ମ କରି ହତ୍ୟା କରିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି।ନାବାଳିକା ନିଖୋଜ ହେବା ଦିନ ସମ୍ପର୍କୀୟ ମାମୁ ରବି ସିଂହଙ୍କ ସହ ବାହାରୁ ଯାଇଥିଲେ। ତା’ପରଠୁ ନାବାଳିକା ଜଣଙ୍କ ନିଖୋଜ ଥିବା ପରିବାର ଲୋକେ ମଧ୍ୟ ଅଭିଯୋଗ କରିଛନ୍ତି। ସୂଚନାଯୋଗ୍ୟ, ରବି ସିଂହ ନାବାଳିକାଙ୍କ ବାପା ବନ୍ଧୁ ହେବେ। ନାବାଳିକା ଜଣଙ୍କ ତାଙ୍କୁ ମାମୁ ବୋଲି ଡାକିଥାନ୍ତି। ପୁଲିସ ରବି ସିଂହକୁ ଅଟକ ରଖି ପଚରାଉଚରା କରୁଛି ଓ ଘଟଣାର ତଦନ୍ତ କରୁଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!