Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଯନ୍ତ୍ରୀଙ୍କ ଘରେ ଭୋର ୩ଟା ପର୍ଯ୍ୟନ୍ତ ଚଢ଼ଉ, ନଗଦ କ୍ୟାସ ଠାବ ହେଲା ୧୪ ଲକ୍ଷ

by ସଞ୍ଜୟ ସ୍ୱାଇଁ
September 1, 2024
in Crime, State
ଯନ୍ତ୍ରୀଙ୍କ ଘରେ ଭୋର ୩ଟା ପର୍ଯ୍ୟନ୍ତ ଚଢ଼ଉ, ନଗଦ କ୍ୟାସ ଠାବ ହେଲା ୧୪ ଲକ୍ଷ
95
VIEWS
Share on FacebookShare on Twitter

କାଶିପୁର, (ବାଘୁଆବାର୍ତ୍ତା): ଗିରଫ କନିଷ୍ଠ ଯନ୍ତ୍ରୀଙ୍କ ଅପାର ସମ୍ପତ୍ତି। ଗତ କାଲି ରାୟଗଡ଼ା କାଶିପୁର ବ୍ଲକ କନିଷ୍ଠ ଯନ୍ତ୍ରୀ ପୂର୍ଣ୍ଣଚନ୍ଦ୍ର ଚୌଧୁରୀଙ୍କୁ ଭିଜିଲାନ୍ସ ବିଭାଗ ଧରିବା ପରେ ରାତିଯାକ କନିଷ୍ଠ ଯନ୍ତ୍ରୀଙ୍କ ଫରେଷ୍ଟ କଲୋନୀ ସ୍ଥିତ ବାସଭବନରେ ଚଢ଼ାଉ କରିଥିଲା। ଏହି ଚଢ଼ାଉ ଭୋର ୩ଟା ପର୍ଯ୍ୟନ୍ତ ଚାଲିଥିଲା। ଚଢ଼ାଉ ସମୟରେ ତାଙ୍କ ବାସଭବନରୁ ନଗଦ ୧୪ ଲକ୍ଷ ୮୦ ହଜାର ଟଙ୍କା, ୨୫ ଭରି ସୁନା ମିଳିଛି। ଏହାସହ ଟିକିରିରେ ୩ ମହଲା ଗୋଟିଏ ଫ୍ଲାଟ ରହିଛି। ଯାହାର ଆନୁମାନିକ ମୂଲ୍ୟ ୧ କୋଟି ଟଙ୍କା ହେବ। ରାୟଗଡାରେ ସ୍ତ୍ରୀଙ୍କ ନାଁରେ ୪ଟି ପ୍ଲଟ, ୨ ଚକିଆ ଦୁଇଟି ଓ ୪ ଚକିଆ ଦୁଇଟି ଗାଡି ଠାବ ହୋଇଛି। କନିଷ୍ଠ ଯନ୍ତ୍ରୀଙ୍କ ବାସଭବନରେ ଚଢ଼ାଉ ଶେଷ ପରେ ଏହି ଭିଜିଲାନ୍ସ ବିଭାଗର ଏକ ଟିମ ଟିକିରି ଅଭିମୁଖେ ଗସ୍ତ କରିଛି। ସେଠାରେ ମଧ୍ୟ ଚଢ଼ାଉ କରାଯିବ ବୋଲି ଭିଜିଲାନ୍ସ ବିଭାଗ ପକ୍ଷରୁ ସୂଚନା ମିଳିଛି। କନିଷ୍ଠ ଯନ୍ତ୍ରୀ ପୂର୍ଣ୍ଣଚନ୍ଦ୍ର ଚୌଧୁରୀଙ୍କୁ ରାୟଗଡ଼ା ଦୁର୍ନୀତି ନିବାରଣ ବିଭାଗ ଲାଞ୍ଚ ନେବା ମାମଲାରେ ଗିରଫ କରିଛି। ରାୟଗଡ଼ାର DFO କଲୋନୀରେ ଥିବା ବାସଭବନରେ ଠିକାଦାର କ୍ଷେତ୍ର ମାଝିଙ୍କ ଠାରୁ ୨୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଦ୍ବାରା ଧରାପଡିଥିଲେ। MGNRGA କାମ ବାବଦରେ ବିଲ କରାଇଦେବାକୁ କହି ଟଙ୍କା ମାଗିଥିଲେ। ଏହାପରେ ଠିକାଦାର ଜୟପୁର ଭିଜିଲାନ୍ସଙ୍କ ଦ୍ୱାରାସ୍ତ ହୋଇଥିଲେ। ଗତକାଲି ସନ୍ଧ୍ୟାରେ ଠିକାଦାରଙ୍କ ଠାରୁ ୨୫ ହଜାର ଟଙ୍କା ନେଉଥିବା ବେଳେ ଧରିଥିଲା ଭିଜିଲାନ୍ସ। ଚଢ଼ାଉରେ ଜୟପୁର ଭିଜିଲାନ୍ସ ବିଭାଗର ଅରୁଣ ସାହୁଙ୍କ ନେତୃତ୍ୱରେ ଏକ ୧୫ ଜଣିଆ ଟିମ ସାମିଲ ହୋଇଥିଲେ। ଭିଜିଲାନ୍ସ ବିଭାଗ ଗିରଫ କରିବା ସମୟରେ ଦେହ ଅସୁସ୍ଥ ହେବାରୁ ପୂର୍ଣ୍ଣଚନ୍ଦ୍ରଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତି କରାଯାଇଥିଲା। ତାଙ୍କ ରକ୍ତଚାପ ବଢିଥିବା ଡାକ୍ତର କହିଥିଲେ। ତେବେ ଚିକିତ୍ସା ପରେ ସେ ସୁସ୍ଥ ହୋଇଥିବା ଡାକ୍ତର ପ୍ରକାଶ କରିଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!