Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭିଜିଲାନ୍ସ ହାତରେ ସିଡିପିଓ

by ସଞ୍ଜୟ ସ୍ୱାଇଁ
September 2, 2024
in Crime, State
ଭିଜିଲାନ୍ସ ହାତରେ ସିଡିପିଓ
297
VIEWS
Share on FacebookShare on Twitter

ସୁନ୍ଦରଗଡ଼, (ବାଘୁଆବାର୍ତ୍ତା): ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ପଡ଼ିଲେ କୁତ୍ରା ସମନ୍ବିତ ଶିଶୁ ବିକାଶ ଅଧିକାରୀ ଜୟଶ୍ରୀ ପଟ୍ଟନାୟକ। ତେଲିଘଣା ଗୌନ୍ତିଆପଡ଼ାର ଅଙ୍ଗନବାଡ଼ି କର୍ମୀ କଲେଷ୍ଟିକା ଖାଲକୋଙ୍କୁ କାର୍ଯ୍ୟାନୁଷ୍ଠାନର ଧମକ ଦେଇ ସୋମବାର ଅପରାହ୍ନରେ ୨ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଧରିଲା ଟିମ୍। କିଛି ଦିନ ତଳେ ଅଧିକାରୀ ଜୟଶ୍ରୀ ଅଙ୍ଗନବାଡ଼ି କେନ୍ଦ୍ରକୁ ଅପ୍ରତ୍ୟାଶିତ ଭାବେ ଯାଞ୍ଚ କରି ସାମାନ୍ୟ ତ୍ରୁଟି ଧରିଥିଲେ। ଏଥିପାଇଁ କାର୍ଯ୍ୟାନୁଷ୍ଠାନର ଧମକ ଦେଇ ଅଙ୍ଗନବାଡ଼ି କର୍ମୀଙ୍କୁ ୫ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଅଙ୍ଗନବାଡ଼ି କର୍ମୀ କାକୁତିମିନତି ହୋଇଥିଲେ ବି ଶୁଣି ନଥିଲେ। ଟଙ୍କା ନଦେଲେ କାର୍ଯ୍ୟାନୁଷ୍ଠାନ ନିଶ୍ଚିତ ବୋଲି କହିବା ପରେ ଅଙ୍ଗନବାଡ଼ି କର୍ମୀ କିସ୍ତିରେ ଟଙ୍କା ଦେଇପାରିବେ କହିଥିଲେ। ତେବେ ଟଙ୍କା ପାଇଁ ଚାପ ପକାଇବାରୁ ଅଙ୍ଗନବାଡ଼ି କର୍ମୀ ରାଉରକେଲା ଭିଜିଲାନ୍ସର ଦ୍ବାରସ୍ଥ ହୋଇଥିଲେ। ସେପ୍ଟେମ୍ବର ୧ ତାରିଖରେ ରାଉରକେଲା ଭିଜିଲାନ୍ସ ବିଭାଗ ଏକ ମାମଲା ରୁଜୁ କରି ଶିଶୁ ବିକାଶ ଅଧିକାରୀଙ୍କୁ ଧରିବାକୁ ଯୋଜନା କରିଥିଲା। ସୋମବାର ଅଙ୍ଗନବାଡ଼ି କର୍ମୀ ପ୍ରଥମ କିସ୍ତି ୨ ହଜାର ଟଙ୍କା ଦେଲା ବେଳେ ପୂର୍ବରୁ ଛକିଥିବା ଭିଜିଲାନ୍ସ ମାଡ଼ି ବସିଥିଲେ। ଅଧିକାରୀଙ୍କଠାରୁ ୨ ହଜାର ଲାଞ୍ଚ ଟଙ୍କା ଜବତ କରିବା ସହ ସୁନ୍ଦରଗଡ଼ ଭିଜିଲାନ୍ସ କାର୍ଯ୍ୟାଳୟକୁ ଉଠାଇ ଆଣିଛି ଟିମ୍। ତଦନ୍ତ ଜାରି ରହିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!