Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗିରଫ ହେଲେ ତାଳଚେର ଖଣି ଉପନିର୍ଦ୍ଦେଶକ

by ସଞ୍ଜୟ ସ୍ୱାଇଁ
September 3, 2024
in Crime, State
ଗିରଫ ହେଲେ ତାଳଚେର ଖଣି ଉପନିର୍ଦ୍ଦେଶକ
72
VIEWS
Share on FacebookShare on Twitter

ଅନୁଗୁଳ, (ବାଘୁଆବାର୍ତ୍ତା): ଅନୁଗୁଳ ଜିଲ୍ଲା ତାଳଚେର ଖଣି ଉପନିର୍ଦ୍ଦେଶକ (ଡିଡିଏମ୍‌)ଙ୍କର ଅମାପ ସମ୍ପତ୍ତି ବାହାରିବା ପରେ ତାଙ୍କୁ ବାନ୍ଧିଛି ଭିଜିଲାନ୍ସ। ଗତକାଲି ଖଣି ଉପନିର୍ଦ୍ଦେଶକଙ୍କ ଘରୁ ପୁଳା ପୁଳା ଆୟ ବର୍ହିଭୂତ୍ ସମ୍ପତ୍ତି ବାହାରିଥିବା ବେଳେ ଆଜି ଖଣି ଉପନିର୍ଦ୍ଦେଶକ ଧରଣୀଧର ନାୟକ ଗିରଫ ହୋଇଛନ୍ତି। କାର୍ଯ୍ୟାଳୟ ଓ ସରକାରୀ ବାସଭବନରେ ଆଜି ଭିଜିଲାନ୍ସ ଟିମ୍‌ ପକ୍ଷରୁ ଚଢ଼ଉ କରାଯାଇଛି। ଭିଜିଲାନ୍ସ ୪ ଲକ୍ଷରୁ ଅଧିକ ଟଙ୍କା ଓ ଡିଡିଏମ୍‌ଙ୍କ ମୋବାଇଲ୍‌ ଫୋନ୍‌ ଜବତ କରିଛି। ଖଣି ଉପନିର୍ଦ୍ଦେଶକଙ୍କ ସମ୍ପତ୍ତି ତାଲିକା ଦେଖି ତାଜୁବ ହୋଇ ଯାଇଛନ୍ତି ଭିଜିଲାନ୍ସ ଅଧିକାରୀ। ତାଙ୍କର ୧ କୋଟି ୩୦ ଲକ୍ଷର ଏକ ଫ୍ଲାଟ ଥିବା ବେଳେ ୧୧ଟି ପ୍ଲଟ ରହିଛି। ଏଥିସହ ବାବୁଙ୍କର ୨ଟି ମାର୍କେଟ କମ୍ପ୍ଲେକ୍ସ, ଭୁବନେଶ୍ୱରରେ ଗୋଟିଏ ଡୁପ୍ଲେକ୍ସ କୋଠା ଥିବା ବେଳେ ୫୩ ଲକ୍ଷର ବ୍ୟାଙ୍କ ଜମା ଠାବ ହୋଇଛି। ଏହାବାଦ ତାଙ୍କ ଘରୁ ୯ ଲକ୍ଷ ୮୫ ହଜାର ଟଙ୍କା ଜବତ ହୋଇଛି। ଖଣି ଉପନିର୍ଦ୍ଦେଶକ ଧରଣୀଧର ବାଲି ମାଫିଆ ଓ ପଥର ମାଫିଆଙ୍କୁ ଅନୁକମ୍ପା ଦେଖାଇ ତାଙ୍କ ନିକଟରୁ ମୋଟା ଅଙ୍କର ଟଙ୍କା ନେଉଥିବା ତାଙ୍କ ନାଁରେ ଅଭିଯୋଗ ହୋଇଥିଲା। ତେଣୁ ଗତକାଲି ତାଙ୍କ ଘର,ଅଫିସ ସମେତ ବିଭିନ୍ନ ସ୍ଥାନରେ ଚଢ଼ାଉ ହୋଇଥିଲା। ଏହି ଚଢ଼ାଉରେ ୧୦ ଜଣ ଭିଜିଲାନ୍ସ ଡିଏସପି, ୧୬ ଇନସପେକ୍ଟର, ୭ଜଣ ଏଏସଆଇ ରେଡରେ ସାମିଲ ହୋଇଥିଲେ। ଗତକାଲି ଭୋରରୁ ଧରଣୀଧରଙ୍କ ତାଳଚେର ଅଫିସ, ସରକାରୀ ବାସଭବନ, ତେଲକୋଇ ଥାନା ଛାମୁଣ୍ଡା ଗାଁରେ ଥିବା ପୈତୃକ ଘର, ଭୁବନେଶ୍ୱର ପଟିଆରେ ଥିବା ଘର, ସିଂକୁଳବାହାଲରେ ଥିବା ମାର୍କେଟ କଂପ୍ଲେକ୍ସ ଓ କେନ୍ଦୁଝର ପଣ୍ଡାପଡ଼ା ଥାନା ପୁରମୁଣ୍ଡାରେ ଥିବା ଶ୍ୱଶୁର ଘର ସମେତ ୮ଟି ସ୍ଥାନରେ ଚଢ଼ାଉ କରାଯାଇଥିଲା। ଅନୁଗୁଳ ଓ କଟକ ଭିଜିଲାନ୍ସ ଟିମ୍‌ ଏହି ଚଢ଼ାଉରେ ସାମିଲ ହୋଇଥିଲେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!