Saturday, June 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନଭେମ୍ବର ୧୫ ସୁଦ୍ଧା ସିସିଟିଭି ନ ଲଗାଇଲେ ବାତିଲ ହେବ ପରୀକ୍ଷା କେନ୍ଦ୍ର ମାନ୍ୟତା

by ସଞ୍ଜୟ ସ୍ୱାଇଁ
September 9, 2024
in Education, State
ନଭେମ୍ବର ୧୫ ସୁଦ୍ଧା ସିସିଟିଭି ନ ଲଗାଇଲେ ବାତିଲ ହେବ ପରୀକ୍ଷା କେନ୍ଦ୍ର ମାନ୍ୟତା
107
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଆସନ୍ତା ନଭେମ୍ବର ୧୫ ତାରିଖ ସୁଦ୍ଧା ଯୁକ୍ତ ଦୁଇ ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲଗାଇ ବାକୁ ସମସ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷଙ୍କୁ ଚିଠି ଲେଖିଛି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ। ଏଥିସହ ପୂର୍ବରୁ ପରୀକ୍ଷା କେନ୍ଦ୍ର ଗୁଡ଼ିକରେ ଲାଗିଥିବା ସିସିଟିଭି ସବୁ କିଭଳି କାର୍ଯ୍ୟକ୍ଷମ ହେଉଛି ତା’ ରିପୋର୍ଟ ବି ଦେବାକୁ ମଧ୍ୟ ଚିଠିରେ ଉଲ୍ଲେଖ କରାଯାଇଛି। ୨୦୨୫ରେ ହେବାକୁ ଥିବା ଯୁକ୍ତ ଦୁଇ ପ୍ରାକ୍ଟିକାଲ ଓ ଥିଓରୀ ପରୀକ୍ଷା ପାଇଁ ପ୍ରସ୍ତୁତି ଜୋରଦାର ଚାଲିଥିବା ବେଳେ ଫାଇନାଲ୍ ପରୀକ୍ଷା ପାଇଁ ହାତରେ ଆଉ ୪ ମାସ ବାକି ରହିଛି। ତା’ପୂର୍ବରୁ ସବୁ ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲଗାଇବାକୁ ପରିଷଦ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ପରୀକ୍ଷା ସ୍ୱଚ୍ଛ ଓ ସହଜ କରିବାକୁ ପରିଚାଳନା ହବ୍, ସେଣ୍ଟର ସୁପରିଣ୍ଟେଣ୍ଡେଣ୍ଟଙ୍କ ଅଫିସ୍, ଏକଜାମ୍ ହଲ୍ ସହ ସେଲ୍ଫ ଫାଇନାଲିଂ କଲେଜର ସମସ୍ତ ଲାବରେଟୋରିରେ ବି ସିସିଟିଭି ଲଗାଇବାକୁ ବାଧ୍ୟତାମୂଳକ କରାଯାଇଛି। ଯେଉଁ ଶିକ୍ଷାନୁଷ୍ଠାନ ଧାର୍ଯ୍ୟ ସମୟରେ ନିର୍ଦ୍ଦେଶ ଅନୁପାଳନ ନ କରିବେ ସେଠି ଉଭୟ ଥିଓରୀ ଓ ପ୍ରାକ୍ଟିକାଲ ପରୀକ୍ଷା ବାତିଲ୍ କରାଯିବା ସହ କାର୍ଯ୍ୟାନୁଷ୍ଠାନ ପାଇଁ ରାଜ୍ୟ ସରକାରଙ୍କୁ ସୁପାରିଶ କରାଯିବାକୁ ନିଷ୍ପତ୍ତି ହୋଇଛି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!