Saturday, June 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମଙ୍ଗଳବାର ସ୍କୁଲ ଛୁଟି ଘୋଷଣା

by ସଞ୍ଜୟ ସ୍ୱାଇଁ
September 9, 2024
in Education, State
ଆସନ୍ତା କାଲି ସ୍କୁଲ, ଅଙ୍ଗନୱାଡି ଛୁଟି ଘୋଷଣା କଲେ ଜିଲାପାଳ
666
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆ ବାର୍ତ୍ତା) : ଆସନ୍ତାକାଲି ଅର୍ଥାତ୍‌ ମଙ୍ଗଳବାର ମାଲକାନଗିରିରେ ସ୍କୁଲ ଏବଂ ଅଙ୍କନଓ୍ବାଡି କେନ୍ଦ୍ର ଛୁଟି ଘୋଷଣା। ପ୍ରବଳ ବର୍ଷା ଯୋଗୁ ଜିଲାପାଳ ସୋମବାର ଛୁଟି ଘୋଷଣା କରିଛନ୍ତି। ମାଲକାନଗିରିର ବହୁସ୍ଥାନରେ ବର୍ଷାଜଳ ଯୋଗୁ ଯାତାୟାତ ବାଧାପ୍ରାପ୍ତ ହୋଇଛି ଏବଂ ସ୍ଥାନୀୟ ଜନସାଧାରଣ ମଧ୍ୟ ପ୍ରଭାବିତ ହୋଇଛନ୍ତି। ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କର ଦୁଇଦିନିଆ ସମ୍ବଲପୁର ଗସ୍ତରୁ ଫେରିବା ବେଳେ ସମ୍ବଲପୁରଠାରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସହ କୋରାପୁଟ ଓ ମାଲକାନଗିରି ଜିଲାରେ ପ୍ରବଳ ବର୍ଷାଜନିତ କ୍ଷୟକ୍ଷତି ନେଇ ଆଲୋଚନା କରିଛନ୍ତି । ଏଥି ସହିତ ମୁଖ୍ୟମନ୍ତ୍ରୀ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଉପକୂଳବର୍ତ୍ତୀ ଅଞ୍ଚଳରେ ସମ୍ଭାବ୍ୟ ବର୍ଷା ପାଇଁ ନିଆଯାଇଥିବା ସତର୍କତାମୂଳକ ପଦକ୍ଷେପ ବାବଦରେ ମଧ୍ୟ ଆଲୋଚନା କରିଥିବା ଜଣାପଡିଛି। କୋରାପୁଟ ଓ ମାଲକାନଗିରିର ବହୁସ୍ଥାନରେ ବର୍ଷାଜଳ ଯୋଗୁ ଲୋକେ ପାଣି ଘେରରେ ଅଛନ୍ତି। ଏହି ସମସ୍ୟାର ସମାଧାନ ପାଇଁ ଏସଆରସିଙ୍କ ସମେତ ଦୁଇ ଜିଲାର ଜିଲାପାଳଙ୍କୁ ତୁରନ୍ତ ପଦକ୍ଷେପ ନେବା ପାଇଁ ନିର୍ଦ୍ଦେଶ ଦେବା ପାଇଁ ରାଜସ୍ବ ମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ କହିଥିଲେ। ବର୍ଷାଜନିତ ସମସ୍ୟା ପାଇଁ ଏନଡିଆରଏଫ୍‌ ଟିମ୍‌ ୪ ଜିଲା ଗସ୍ତ କରିଛନ୍ତି। ସେହି ଜିଲାଗୁଡିକ ହେଉଛି ଗଞ୍ଜାମ, ପୁରୀ, କଟକ, ନୟାଗଡ଼। ଏହି ଚାରି ଜିଲାକୁ ଗୋଟିଏ ଲେଖାଏ ଏନଡିଆରଏଫ୍‌ ଟିମ ଯାଇଛନ୍ତି। ପୂର୍ବରୁ ବନ୍ୟା ପ୍ରଭାବିତ ମାଲକାନଗିରି ଯାଇଥିଲେ ଏନଡିଆରଏଫ୍‌ ଟିମ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!