Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପଡ଼ୋଶୀର ଖଣ୍ଡା ଚୋଟରେ ଟଳିଲେ ଯୁବକ

by ସଞ୍ଜୟ ସ୍ୱାଇଁ
September 10, 2024
in Crime, State
ପଡ଼ୋଶୀର ଖଣ୍ଡା ଚୋଟରେ ଟଳିଲେ ଯୁବକ
87
VIEWS
Share on FacebookShare on Twitter

ବଲାଙ୍ଗିର, (ବାଘୁଆବାର୍ତ୍ତା): ରାତି ଅଧରେ ବୁଲିଲା ଖଣ୍ଡା। ପଡ଼ୋଶୀଙ୍କ ଖଣ୍ଡା ଚୋଟରେ ଚାଲିଗଲା ଜଣେ ଯୁବକ ଜୀବନ। ଅନ୍ୟ ୨ ଜଣ ମଧ୍ୟ ଗୁରୁତର ଆହତ ହୋଇଛନ୍ତି। ଘଟଣା ଘଟିଛି ବଲାଙ୍ଗିର ଜିଲ୍ଲା ମାଲଗୋଦାମ ପଡ଼ାରେ। ମୃତକ ହେଲେ ନିରଜ ହରପାଳ। ଅନ୍ୟ ୨ ଜଣଙ୍କୁ ବୁର୍ଲା ସ୍ଥାନାନ୍ତର କରାଯାଇଛି। ଅଭିଯୋଗ ଅନୁସାରେ, ଗତକାଲି ରାତି ପ୍ରାୟ ୧୧ଟା ସମୟରେ ନିରଜ ଓ ତାଙ୍କର ଦୁଇ ସାଙ୍ଗଙ୍କ ସହିତ ପାନ ଦୋକାନକୁ ଯାଇଥିଲେ। ସେଠାରେ ଥିବା ଦୀପକ କୁମ୍ଭାର ପୂର୍ବ ଶତ୍ରୁତାକୁ ନେଇ ହଠାତ ନିରଜଙ୍କୁ ଗାଳିଗୁଲଜ କରିଥିଲେ। ଏହାକୁ ନେଇ ଉଭୟଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇଥିଲା। ପରେ ଦିପକ ନିଜ ପରିବାର ଲୋକଙ୍କୁ ଖବର ଦେଇଥିଲେ। ପରିବାର ଲୋକେ ଖଣ୍ଡା ସହ ଅସ୍ତ୍ରଶସ୍ତ୍ର ନେଇ ସେଠାରେ ପହଞ୍ଚିଥିଲେ। ନିରଜଙ୍କୁ ଖଣ୍ଡା ଓ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିଥିଲେ। ନିରଜଙ୍କ ପାଖରେ ଥିବା ୨ ସାଙ୍ଗ ଏହାକୁ ଅଟକାଇଥିଲେ। ସେମାନେ ମଧ୍ୟ ଆକ୍ରମଣର ଶିକାର ହୋଇଥିଲେ। ପୁଲିସ ପହଞ୍ଚିବାପରେ ଉତ୍ତେଜନା ଥମିଥିଲା। ପରିବାର ଲୋକେ ନିରଜ ଓ ଦୁଇ ସାଙ୍ଗକୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ନିରଜଙ୍କୁ ମୃତ ଘୋଷଣା କରିଥିଲେ। ଅନ୍ୟ ୨ ଜଣ ଡାକ୍ତରଖାନାରେ ଚିକିତ୍ସାଧୀନ ଅଛନ୍ତି। ପୁଲିସ ଏହି ଘଟଣାରେ ଦିପକଙ୍କ ପରିବାରର ୪ ଜଣଙ୍କୁ ଗିରଫ କରିଛି। ଗିରଫଙ୍କ ମଧ୍ୟରେ ଜଣେ ମହିଳା ଥିବା ଜଣାଯାଇଛି। ପୁଲିସ ଘଟଣାର ତଦନ୍ତ ଜାରି ରଖିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!