Friday, July 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

‘ପରମ୍ପରା’ ରୌପ୍ୟ ଜୟନ୍ତୀ ସମାରୋହ

by ସଞ୍ଜୟ ସ୍ୱାଇଁ
October 19, 2020
in Literature, Nayagarh
‘ପରମ୍ପରା’ ରୌପ୍ୟ ଜୟନ୍ତୀ ସମାରୋହ
294
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ସହରର ପ୍ରତିଷ୍ଠିତ ସାହିତ୍ୟନୁଷ୍ଠାନ ‘ପରମ୍ପରା’ର ୨୫ ବର୍ଷ ଅବସରରେ ଏହାର ରୌପ୍ୟ ଜୟନ୍ତୀ ସମାରୋହ ସ୍ଥାନୀୟ ପଠାଣି ସାମନ୍ତ ପ୍ରେକ୍ଷାଳୟଠାରେ ଅନୁଷ୍ଠିତ ହୋଇଯାଇଛି । ପରମ୍ପରାର ସଭାପତି ସୁକାନ୍ତି ମହାନ୍ତିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ପ୍ରଥମ ଅଧିବେଶନରେ ମୁଖ୍ୟ ଅତିଥି ଭାବେ ପୈାର ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ଜେନା ଯୋଗ ଦେଇ ସାହିତ୍ୟ ଏବଂ ସଂସ୍କୃତି ପାଇଁ ନୟାଗଡ଼ର ଅବଦାନ ଗୁରୁତ୍ୱପୂର୍ଣ୍ଣ ବୋଲି କହିଥିଲେ । ତାଙ୍କ ସହିତ ଉକ୍ତ ଅଧିବେଶନରେ ବରିଷ୍ଠ ସାହିତ୍ୟିକ ବିରଞ୍ଚି ନାରାୟଣ ତ୍ରିପାଠୀ, ଶେଖ୍ ଅବଦୁଲ୍ ଖାଲିକ୍‌, କବୟତ୍ରୀ ବରିରନ୍ ବିବି ଅନ୍ୟତମ ଅତିଥି ଭାବେ ଯୋଗ ଦେଇଥିଲେ । ଏହି ଅଧିବେଶନରେ ରାଜ୍ୟ ସ୍ତରୀୟ କବିତା ପାଠୋତ୍ସବ ଅନୁଷ୍ଠିତ ହୋଇଥିଲା । ଦ୍ୱିତୀୟ ଅଧିବେଶନ୍‌ରେ ଅଧ୍ୟାପକ ଡ. ପବିତ୍ର କୁମାର ସୁବୁଦ୍ଧି, ଓଡ଼ିଶା ସାହିତ୍ୟ ଏକାଡେମୀ ନୟାଗଡ଼ ଜିଲ୍ଲା ସଦସ୍ୟ ଅଶୋକ କୁମାର ନାୟକ, ନୟାଗଡ଼ ଜିଲ୍ଲା ଲେଖକ ପରିଷଦ ସଭାପତି ପ୍ରଧାନୀ ବୃନ୍ଦାବନ ଚନ୍ଦ୍ର ମହାପାତ୍ର ଯୋଗ ଦେଇ ‘ଆଧୁନିକ କବିତାର ଜୀବନ ବୋଧ’ ଶୀର୍ଷକ ଉପରେ ଆଲୋଚନା କରିଥିଲା । ଏହି ଉତ୍ସବରେ ପରିଷଦର ମୁଖପତ୍ର ‘ପ୍ରାଚ୍ୟ ପରମ୍ପରା’ ଉନ୍ମୋଚିତ ହେବା ସହ ପରମ୍ପରା ପ୍ରକାଶନର ପ୍ରକାଶିତ ୧୦ଟି ପୁସ୍ତକ ଅତିଥି ମାନଙ୍କ ଦ୍ୱାରା ଉନ୍ମୋଚିତ ହୋଇଥିଲା । ଜିଲ୍ଲାର ତଥା ଜିଲ୍ଲା ବାହାରର ବହୁ ପ୍ରତିଭାଙ୍କୁ ଅନୁଷ୍ଠାନ ତରଫରୁ ସମ୍ବର୍ଦ୍ଧିତ କରା ଯାଇଥିଲା । ଚଳିତ ବର୍ଷର ପରମ୍ପରା ସମ୍ମାନ-୨୦୨୦ କବି ପାଣ୍ଡବ ନାୟକଙ୍କୁ ପ୍ରଦାନ କରାଯାଇଥିବା ବେଳେ ପରମ୍ପରା ଯୁବ କବି ସମ୍ମାନ ପ୍ରଭୂଦତ୍ତ ପ୍ରଧାନ ଓ ଯୁବ କବୟତ୍ରୀ ସମ୍ମାନ ଝିଲିମିଲି ସାହୁଙ୍କୁ ପ୍ରଦାନ କରାଯାଇଥିଲା । ଏଥିସହିତ ପରମ୍ପରା ସାହିତ୍ୟ ଓ ସଂସ୍କୃତି ପରିଷଦ ଦ୍ୱାରା ଆୟୋଜିତ ବିଭିନ୍ନ ପ୍ରତିଯୋଗୀତାରେ କୃତ୍ତିତ୍ୱ ଅର୍ଜ୍ଜନ କରିଥିବା ଛାତ୍ରଛାତ୍ରୀମାନଙ୍କୁ ପ୍ରମାଣପତ୍ର ଓ ପୁରସ୍କର ପ୍ରଦାନ କରାଯାଇଛି । ବ୍ୟଙ୍ଗକବି ରସିକ ଶେଖର ଆର୍ତ୍ତତ୍ରାଣ ଓ ରବିନ୍ଦ୍ର ରାଉତ ସେମାନଙ୍କର ବ୍ୟଙ୍ଗ କବିତା ମାଧ୍ୟମରେ ଦର୍ଶକଙ୍କୁ ବିମୋହିତ କରିଥିଲେ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!