Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନାବାଳିକାକୁ ଦୁଷ୍କର୍ମ ଓ ହତ୍ୟା ଘଟଣା, ୨ ଜଣଙ୍କୁ ଆଜୀବନ କାରାଦଣ୍ଡାଦେଶ

by ସଞ୍ଜୟ ସ୍ୱାଇଁ
September 24, 2024
in Crime, State
ନାବାଳିକାକୁ ଦୁଷ୍କର୍ମ ଓ ହତ୍ୟା ଘଟଣା, ୨ ଜଣଙ୍କୁ ଆଜୀବନ କାରାଦଣ୍ଡାଦେଶ
91
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): ବହୁ ଚର୍ଚ୍ଚିତ ୨୦୧୬ ବାଙ୍କୀ ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲାର ଦୁଇ ଦୋଷୀ ସନ୍ତୋଷ ସାହୁ ଓ ବିଭୂତି ରାଉତଙ୍କୁ ଆଜୀବନ କାରାଦଣ୍ଡାଦେଶ ଦେଇଛନ୍ତି କଟକର ସ୍ୱତନ୍ତ୍ର ପୋକ୍ସୋ କୋର୍ଟ। ତା’ ସହିତ ମୃତକଙ୍କ ପରିବାରକୁ ଆଇନ ଅନୁଯାୟୀ କ୍ଷତିପୂରଣ ଦେବାକୁ ଜିଲ୍ଲା ଆଇନସେବା ପ୍ରାଧିକରଣକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ୨୦୧୬ ଅଗଷ୍ଟ ୧ ତାରିଖରେ ସମ୍ପୃକ୍ତ ନାବାଳିକା ଏକ ଘରୋଇ ବସରେ କଟକରୁ ବାଙ୍କୀ ଯାଉଥିଲେ। ବସର ଡ୍ରାଇଭର ସନ୍ତୋଷ ସାହୁ ଓ କଣ୍ଡକ୍ଟର ବିଭୂତି ରାଉତ ନାବାଳିକାଙ୍କୁ ରତାଗଡ଼ ନେଇଯାଇଥିଲେ। ସେଠାରେ ଉଭୟ ନାବାଳିକାଙ୍କୁ ଦୁଷ୍କର୍ମ କରିବା ପରେ ରେଞ୍ଚିରେ ପିଟି ପିଟି ହତ୍ୟା କରିଥିଲେ। ହତ୍ୟା କରିବା ପରେ ନାବାଳିକାଙ୍କ ମୃତଦେହକୁ ଜାତ ମୁଣ୍ଡିଆ ବ୍ରିଜରୁ ମହାନଦୀ ମଧ୍ୟକୁ ପକାଇ ଦେଇଥିଲେ ସନ୍ତୋଷ ଓ ବିଭୂତି। ପରଦିନ ସ୍ଥାନୀୟ ଲୋକଙ୍କ ଠାରୁ ଖବର ପାଇ ପୁଲିସ ତଦନ୍ତ କରି ସନ୍ତୋଷ ଓ ବିଭୂତିଙ୍କୁ ଗିରଫ କରିଥିଲା। ମୋଟ ୪୪ ଜଣ ସାକ୍ଷୀଙ୍କ ବୟାନ ଓ ପ୍ରାୟ ୬୦ଟି ଦଲିଲକୁ ବିଚାରକୁ ନେଇ କୋର୍ଟ ସେମାନଙ୍କୁ ଦୋଷୀ ସାବ୍ୟସ୍ତ କରି ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!