Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦୁଷ୍କର୍ମ ପରେ ନାବାଳିକାଙ୍କୁ ମାରି କଟା ମୁଣ୍ଡକୁ ନଳକୂଅରେ ଧୋଇବା ଘଟଣା ରେ ଅଭିଯୁକ୍ତକୁ ଫାଶୀ ଦଣ୍ଡାଦେଶ

by ସଞ୍ଜୟ ସ୍ୱାଇଁ
October 1, 2024
in Crime, State
ଦୁଷ୍କର୍ମ ପରେ ନାବାଳିକାଙ୍କୁ ମାରି କଟା ମୁଣ୍ଡକୁ ନଳକୂଅରେ ଧୋଇବା ଘଟଣା ରେ ଅଭିଯୁକ୍ତକୁ ଫାଶୀ ଦଣ୍ଡାଦେଶ
133
VIEWS
Share on FacebookShare on Twitter

ସମ୍ବଲପୁର, (ବାଘୁଆବାର୍ତ୍ତା): ଏକ ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲାର ବିଚାର କରି ସମ୍ବଲପୁରର ସ୍ୱତନ୍ତ୍ର ପକ୍ସୋ କୋର୍ଟ ଦୋଷୀ ପ୍ରଶାନ୍ତ ବଘରାଙ୍କୁ ଫାଶୀ ଦଣ୍ଡାଦେଶ ଶୁଣାଇଛନ୍ତି। ତା’ ସହିତ କୋର୍ଟ ତାଙ୍କ ଉପରେ ୧ ଲକ୍ଷ ଟଙ୍କା ଜୋରିମାନା ପକାଇଛନ୍ତି। ୨୦୨୨ ମସିହା ମାର୍ଚ୍ଚ ମାସରେ ସମ୍ବଲପୁର ଜିଲ୍ଲା ଯମନକିରା ଥାନା ଅଞ୍ଚଳରେ ଏକ ଗାଁରେ ଘଟିଥିଲା ଏହି ଜଘନ୍ୟ ଘଟଣା। ଗାଁର ଜଣେ ନାବାଳିକା ଶୌଚ ପାଇଁ ବାହାରକୁ ଯାଇଥିବା ବେଳେ ପ୍ରଶାନ୍ତ ତାଙ୍କୁ ଦୁଷ୍କର୍ମ କରି ହତ୍ୟା କରିଥିଲେ। ସେ ଟାଙ୍ଗିଆରେ ନାବାଳିକାଙ୍କୁ ହାଣି ମୁଣ୍ଡଗଣ୍ଡି ଅଲଗା କରି ଦେଇଥିଲେ। ପରେ କଟାମୁଣ୍ଡ ଧରି ଗାଁରେ ଥିବା ଏକ ନଳକୂପ ପାଖକୁ ଆସିଥିଲେ। ସେ ନଳକୂପ ପାଣିରେ ନାବାଳିକାଙ୍କ କଟାମୁଣ୍ଡକୁ ଧୋଇଥିଲେ। ଏହା ଦେଖି ଗ୍ରାମବାସୀ ଭୟଭୀତ ହୋଇଯାଇଥିଲେ। ସେମାନେ ଘଟଣା ସଂପର୍କରେ ପୁଲିସକୁ ଜଣାଇଥିଲେ। ପୁଲିସ ଆସି ପ୍ରଶାନ୍ତଙ୍କୁ କାବୁ କରିଥିଲା। ମୃତ ନାବାଳିକାଙ୍କ ବାପାଙ୍କ ଅଭିଯୋଗ ଆଧାରରେ ପୁଲିସ ପ୍ରଶାନ୍ତଙ୍କ ବିରୋଧରେ ବିଭିନ୍ନ ଦଫା ଲଗାଇ ମାମଲା ରୁଜୁ କରିବା ସହିତ ତାଙ୍କୁ ଗିରଫ କରିଥିଲା। ପୁଲିସ୍ ଏହି ମାମଲାରେ ଚାର୍ଜଶିଟ ଦାଖଲ କରିବା ପରେ ପକ୍ସୋ କୋର୍ଟରେ ଶୁଣାଣି ଚାଲିଥିଲା। ମୋଟ ୨୫ ଜଣ ସାକ୍ଷୀଙ୍କ ବୟାନ ଓ ବିଭିନ୍ନ ଦଲିଲକୁ ବିଚାରକୁ ନେଇ କୋର୍ଟ ପ୍ରଶାନ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହିତ ଫାଶୀ ଦଣ୍ଡାଦେଶ ଦେଇଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!