Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୁଲିସ୍‌ କନଷ୍ଟେବଳଙ୍କୁ ଛୁରା ମାଡ଼

by ସଞ୍ଜୟ ସ୍ୱାଇଁ
October 4, 2024
in Crime, State
ବାପାକୁ ଛୁରୀ ଭୁସିଦେଲା ପ୍ରଫେସର ପୁଅ
115
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ପାଖେଇ ଆସିଲାଣି ଶାରଦୀୟ ପୂଜା। ଫଳରେ ଚଳଚଞ୍ଚଳ ହୋଇଉଠିଥିବା ରାଜଧାନୀ ଏବେ ବି ଅସୁରକ୍ଷିତ ରହିଛି। ଗତ ରାତିରେ ଜଣେ ଯୁବକଙ୍କ ଛୁରା ମାଡ଼ରେ ଜଣେ ପୁଲିସ୍‌ କନଷ୍ଟେବଳ ଆହତ ହୋଇଛନ୍ତି। ଭୁବନେଶ୍ୱର ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ଚକେଇସିଆଣି ସ୍ଥିତ ଶ୍ରୀରାମନଗରରେ ଗତକାଲି ବିଳମ୍ବିତ ରାତିରେ ଏପରି ଏକ ଭୟଙ୍କର କାଣ୍ଡ ଘଟିଛି। ଗାଡି ହର୍ଣ୍ଣ ମାରିବାକୁ ନେଇ ଗଣ୍ଡଗୋଳ ହୋଇଥିଲା । ଏହି ଗଣ୍ଡଗୋଳ ଉଗ୍ର ରୂପ ଧାରଣ କରିବାରୁ ଅଭିଯୁକ୍ତଙ୍କ ଛୁରାମାଡ଼ରେ ଜଣେ ଯୁବକଙ୍କ ସମେତ ଜଣେ ପୁଲିସ୍‌ ବି ଆହତ ହୋଇଛନ୍ତି। ଗତକାଲି ରାତି ପ୍ରାୟ ଗୋଟାଏ ବେଳେ ଶ୍ରୀରାମନଗରଠାରେ ୪ ଯୁବକ ବସିଥିଲେ। ଏତିକିବେଳେ ଏକ ବାଇକରେ ଦୁଇ ଯୁବକ ଦ୍ରୁତ ଗତିରେ ଆସି ହର୍ଣ୍ଣ ମାରିଥିଲେ। ଏଥିରେ ଉତକ୍ଷିପ୍ତ ହୋଇ ଦୁଇ ପକ୍ଷ ଭିତରେ ପାଟିତୁଣ୍ଡ ହୋଇଥିଲା। ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ହେବାରୁ ଜଣେ ଯୁବକଙ୍କୁ ବାଇକ୍‌ରେ ଆସିଥିବା ଯୁବକ ଛୁରାମାଡ଼ କରିଥିଲେ। ଖବର ପାଇ ତୁରନ୍ତ ପିସିଆର ଭ୍ୟାନ୍‌ ଶ୍ରୀରାମନଗରରେ ପହଞ୍ଚିଥିଲା। ପୁଲିସ୍‌ ଅଭିଯୁକ୍ତଙ୍କୁ କାବୁ କରିବାକୁ ଉଦ୍ୟମ କରୁଥିବା ବେଳେ ଉଭୟ ପକ୍ଷ ମଧ୍ୟରେ ହାତାହାତି ହୋଇଥିଲେ। ଏପରିକି ହିତାହିତ ଜ୍ଞାନ ଭୁଲି ବସିଥିବା ଯୁବକଜଣକ ଜଣେ ପୁଲିସ୍‌ କନଷ୍ଟେବଳଙ୍କୁ ମଧ୍ୟ ଛୁରା ମାଡ଼ କରିବାକୁ ପଛାଇ ନ ଥିଲେ । ଉଭୟ ଆହତଙ୍କୁ ତୁରନ୍ତ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସେଠାରୁ ଚିକିତ୍ସିତ ହୋଇ ସେମାନେ ଘରକୁ ଫେରିଥିବା ଜଣାଯାଇଛି। ପୁଲିସ୍‌ ଏହି ଘଟଣାର ତଦନ୍ତ ଆରମ୍ଭ କରିଛି। ଅଭିଯୁକ୍ତ ଯୁବକ ଜଣଙ୍କ ନିଜ ସ୍ତ୍ରୀଙ୍କ ସହ ଗଣ୍ଡଗୋଳ କରି ରାଗରେ ନିଶାଶକ୍ତ ଅବସ୍ଥାରେ ଥିବା ବେଳେ ଏପରି କାଣ୍ଡ ଭିଆଇଥିବା ମଞ୍ଚେଶ୍ୱର ଥାନାଧିକାରୀ କହିଛନ୍ତି। ଗତକାଲି ରାଜଧାନୀର ଏକ ବ୍ୟାଙ୍କ ସମ୍ମୁଖରୁ ସାଡେ ୩ ଲକ୍ଷ ଲୁଟ ହେବା ସହ ଖାରବେଳନଗରରେ ଜଣେ ମହିଳାଙ୍କ ବେକରୁ ସୁନା ଚେନ ଛିଣ୍ଡାଇ ନେଲେ ଲୁଟେରା। ଏହାପରେ ରାତିରେ ହେଲା ଛୁରା ମାଡ଼ । ପୁଲିସ୍‌ ପାଟ୍ରୋଲିଂ କଡ଼ାକଡ଼ି ନ କଲେ ଆଗାମୀ ଦିନରେ ଅପରାଧ ସଂଖ୍ୟା ଆହୁରି ବଢ଼ିପାରେ ବୋଲି ଆଶଙ୍କା କରାଯାଉଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!