Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମା’ଙ୍କ ଶୁଦ୍ଧିକ୍ରିୟା ପାଇଁ ଯାଇଥିଲେ, ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ

by ସଞ୍ଜୟ ସ୍ୱାଇଁ
October 7, 2024
in Crime, State
ମା’ଙ୍କ ଶୁଦ୍ଧିକ୍ରିୟା ପାଇଁ ଯାଇଥିଲେ, ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ
68
VIEWS
Share on FacebookShare on Twitter

ଭଦ୍ରକ, (ବାଘୁଆବାର୍ତ୍ତା): ମା’ଙ୍କ ଶୁଦ୍ଧିକ୍ରିୟା ପାଇଁ ପରିବାର ସହ ଗାଁକୁ ଯାଇଥିଲେ। ଏହା ମଧ୍ୟରେ ଘରେ କଳାକନା ବୁଲାଇଦେଲେ ଦୁର୍ବୃତ୍ତ। ସୁନା, ଅଳଙ୍କାର ସହ ଟଙ୍କା ସବୁ ଲୁଟି ନେଇଗଲେ। ଏପରି ଏକ ଘଟଣା ଭଦ୍ରକ ଜିଲ୍ଲା ଅପର୍ତ୍ତିବିନ୍ଧା ଅଞ୍ଚଳରେ ଘଟିଛି। ଭଦ୍ରକ ଜିଲ୍ଲା ଅପର୍ତ୍ତିବିନ୍ଧା ଅଞ୍ଚଳରେ ସୁରେଶ ଚନ୍ଦ୍ର ବାରିକ ନିଜ ପରିବାର ସହ ଭଡାରେ ରହି ଆସୁଛନ୍ତି । ମା’ଙ୍କ ଦେହାନ୍ତ ପରେ ଶୁଦ୍ଧି କ୍ରିୟା ପାଇଁ ପରିବାର ସହ ସେ ଗାଁକୁ ଯାଇଥିଲେ । ତେବେ ଘର ମାଲିକ ତାଙ୍କ ଘରର ଝରକା ଖୋଲା ଥିବାବେଳେ କବାଟ ଭଙ୍ଗା ଯାଇଥିବା ଜଣାଇଥିଲେ। ଏହାପରେ ସୁରେଶ ଗାଁରୁ ଫେରି ଆଲମାରିରେ ଥିବା ନଗଦ ଟଙ୍କା ଓ ସୁନା ଗହଣା ଲୁଟ୍‌ ହୋଇଥିବା ଜାଣିବାକୁ ପାଇଥିଲେ। ଏଥିସହ ଆଲମାରିରୁ ଜିନିଷ ସବୁ ଛିନଛତ୍ର ହୋଇ ବାହାରେ ପଡ଼ିଥିବା ଦେଖିବାକୁ ପାଇଥିଲେ। ଏନେଇ ସେ ଭଦ୍ରକ ଟାଉନ ଥାନାରେ ଚୋରି ନେଇ ଅଭିଯୋଗ କରିଛନ୍ତି । ପୁଲିସ୍‌ ପହଞ୍ଚି ମାମଲାର ତଦନ୍ତ ଆରମ୍ଭ କରିଥିବା ବେଳେ ଲୁଟେରାଙ୍କ ସନ୍ଧାନ ପାଇପାରିନି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!