Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗୋଚ୍ଛାପଡା ଜ୍ୟେଷ୍ଠ ବଣ୍ଡକି ମୃତ୍ୟୁ ଘଟଣା; ମୃତଦେହ ଉଦ୍ଧାର ସ୍ଥଳରେ କ୍ରାଇମବ୍ରାଞ୍ଚ ଟିମ୍‌ର ତଦନ୍ତ ଆରମ୍ଭ

by ସଞ୍ଜୟ ସ୍ୱାଇଁ
October 7, 2024
in Crime, State
ଗୋଚ୍ଛାପଡା ଜ୍ୟେଷ୍ଠ ବଣ୍ଡକି ମୃତ୍ୟୁ ଘଟଣା; ମୃତଦେହ ଉଦ୍ଧାର ସ୍ଥଳରେ କ୍ରାଇମବ୍ରାଞ୍ଚ ଟିମ୍‌ର ତଦନ୍ତ ଆରମ୍ଭ
33
VIEWS
Share on FacebookShare on Twitter

କନ୍ଧମାଳ, (ବାଘୁଆବାର୍ତ୍ତା) : କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ଗୋଚ୍ଛାପଡା ଗ୍ରାମର ଜ୍ୟେଷ୍ଠ ବଣ୍ଡକି ମୃତ୍ୟୁ ଘଟଣାର ତଦନ୍ତ ଜାରି ରହିଛି। ତଦନ୍ତକାରୀ ଅଧିକାରୀ କ୍ରାଇମବ୍ରାଞ୍ଚ ଡିଏସପି ରଜତ କୁମାର ରାୟ ସଦଳବଳ ଜ୍ୟେଷ୍ଠଙ୍କ ମୃତଦେହ ଉଦ୍ଧାର ହୋଇଥିବା ଡାଙ୍ଗାଣାମା ନିକଟ କୁ ଯାଇ ସରଜମିନ ତଦନ୍ତ କରିଛନ୍ତି। ତାଙ୍କ ସହ ସାଇଣ୍ଟିଫିକ ଟିମ ମଧ୍ୟ ଉପସ୍ଥିତ ଥିଲେ। ପରେ ମୃତକ ଜ୍ୟେଷ୍ଠ ବଣ୍ଡକିଙ୍କ ବୌଦ୍ଧ ଜିଲ୍ଲା କଣ୍ଟାମାଳ ଥାନା ବେହେରା ଗାଁସ୍ଥିତ ଘରକୁ ଯାଇ ପଚରାଉଚରା କରିଥିଲେ। ମୃତକଙ୍କ ଆଧାର କାର୍ଡ ଓ ମୋବାଇଲ ଫୋନ ଜବତ କରିଛନ୍ତି ତଦନ୍ତକାରୀ ଅଧିକାରୀ। ସୋମବାର ମୃତଙ୍କ ସହ ଘଟଣା ବେଳେ ଉପସ୍ଥିତ ଥିବା ସାଙ୍ଗ ଦାଶରଥି ଦିଗାଲଙ୍କୁ ପଚରାଉଚରା କରାଯିବ ବୋଲି ଡିଏସପି ରାୟ ସୂଚନା ଦେଇଛନ୍ତି। ସେଠାରୁ ଫେରିବା ପରେ ସାଇଣ୍ଟିଫିକ୍‌ ଟିମ୍‌ ସହିତ ଅନ୍ୟ ଟିମ୍‌ ମୃତଦେହ ଉଦ୍ଧାର ସ୍ଥଳରେ ପହଞ୍ଚି ତନଖି କରିବା ସହିତ ବିଭିନ୍ନ ଦିଗ ଉପରେ ଛାନଭିନ୍‌ ଆରମ୍ଭ କରିଛନ୍ତି । ଘଟଣା ସ୍ଥଳରୁ ଅନ୍ୟ କେତେକ ଜିନିଷ ମଧ୍ୟ ଜବତ କରାଯାଇଥିବା ଜଣାଯାଇଛି। ସୂଚନାଯୋଗ୍ୟ, ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ଡିଏସପି ରାୟଙ୍କ ସମେତ ୩ ଜଣିଆ ଟିମ9 ଗୋଚ୍ଛାପଡାରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଥିଲେ। ଅତିରିକ୍ତ ଏସପି ବଳଭଦ୍ର ଦୀପ, ସଦର ଏସଡିପିଓ ସୁପ୍ରସନ୍ନ ମଲ୍ଲିକଙ୍କ ସହ ଆଲୋଚନା କରିଥିଲେ ତଦନ୍ତକାରୀ ଅଧିକାରୀ। ଅନ୍ୟପକ୍ଷରେ ଏହି ଅଭିଯୋଗ ପରେ ଜିଲା ପୁଲିସ ବିଭାଗ ପକ୍ଷରୁ ମଧ୍ୟ ୫ ଜଣ ପୁଲିସ୍‌ କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଥିବା ବେଳେ ସେମାନଙ୍କୁ ତୁରନ୍ତ ଗିରଫ କରିବା ପାଇଁ ମଧ୍ୟ ଅଞ୍ଚଳବାସୀ ଦାବିକରି ଏକ ଦାବିପତ୍ର ନୂତନ ଏସପିଙ୍କୁ ପ୍ରଦାନ କରିଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!